ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ ତଥା ବିଶେଷକରି ବିଜୁ ଜନତା ଦଳ ଓ କଂଗ୍ରେସ ପ୍ରତିଦିନ ବୈଠକ, ମିଶ୍ରଣ ପର୍ବ କରୁଛନ୍ତି। ଏହି ପରିପ୍ରେକ୍ଷୀରେ କଂଗ୍ରେସର ବିଧାୟକ ପ୍ରାର୍ଥୀ ପ୍ରଭାସକର ମହାପାତ୍ର ସଂଗଠନ ସୁଦୃଢ଼ କରିବାରେ ଲାଗିଛନ୍ତି। ନିର୍ବାଚନମଣ୍ଡଳୀର ଶୁଳିଆପଦା ବ୍ଲକ ଅଧୀନ କାଣିମହୁଲି ପଞ୍ଚାୟତର କପିଳେଶ୍ୱର ମହାଦେବ ପଡ଼ିଆରେ ଏକ ବୁଥ୍‌ସ୍ତରୀୟ କର୍ମୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମହାପାତ୍ର ଯୋଗଦେଇ କଂଗ୍ରେସ ଗ୍ୟାରେଣ୍ଟି କାର୍ଡ ବାବଦରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇବା ପରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ୫୩ ନମ୍ବର ଜୋନ୍‌ର ଜେଏମ୍‌ଏମ୍‌ର ଜିଲା ପରିଷଦ ପ୍ରାର୍ଥୀ ସଲମା କିସ୍କୁ ତାଙ୍କର କର୍ମୀମାନଙ୍କୁ ନେଇ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗଦେଇଥିଲେ। ଉକ୍ତ ବୈଠକରେ ଉପସ୍ଥିତ ଥିଲେ ବରିଷ୍ଠ କଂଗ୍ରେସ ନେତା ଶୋଭାକର ମୁଖୀ,ପଞ୍ଚାୟତ ସଭାପତି ଖଗେଶ୍ୱର ନାଏକ,ଶୈଳେନ୍ଦ୍ର ମହାନ୍ତ,ମଞ୍ଜୁତା ବେହେରା, ଦ୍ୱାରିକାନାଥ ଧୀର, ଧ୍ରୁବେନ୍ଦ୍ରନାଥ ସି, ରଞ୍ଜିତା ଧଳ, ଶୈଳେନ୍ଦ୍ର ମହାନ୍ତ, ନବୀନ ବିନ୍ଧାଣୀ, ସନ୍ତୋଷ ଦେଓ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଆଜି ମୋରଡ଼ା ବ୍ଲକ ଅଧୀନ କଲରାଫୁଲିଆଠାରେ ଥିବା କଂଗ୍ରେସ କାର୍ଯ୍ୟାଳୟରେ ମୋରଡ଼ା ପଞ୍ଚାୟତର ୪ ଜଣ ନିର୍ଦ୍ଦଳୀୟ ଓ୍ବାର୍ଡ ସଭ୍ୟା ସଭ୍ୟ କଂଗ୍ରେସରେ ଯୋଗଦେଇଛନ୍ତି। ଓ୍ବାର୍ଡସଭ୍ୟା ଭାରତୀ ପାତ୍ର, ସଭ୍ୟ ରଥ ସୋରେନ, ଧୀରେନ ମଢେଇ, ମିଲନ ସିଂଙ୍କ ସହିତ ପୂର୍ବତନ ସରପଞ୍ଚ ପ୍ରାର୍ଥୀ କର୍ମା ସିଂ, କୁନା ସେଠୀ, ଗୌରମୋହନ ପାତ୍ର ପ୍ରମୁଖ କଂଗ୍ରେସରେ ସାମିଲ ହୋଇଛନ୍ତି। ଏହାପରେ ପାକଟିଆ ପଞ୍ଚାୟତରେ ମଧ୍ୟ ବିଦ୍ୟାଧର ଦେଓଙ୍କ ନେତୃତ୍ୱରେ କଂଗ୍ରେସର ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିବା ବେଳେ ଶତାଧିକ ଜନସାଧାରଣ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

ବ୍ଲକ୍‌ରେ ନାହିଁ ଶିଶୁଉଦ୍ୟାନ, ଖେଳପଡ଼ିଆ, ପଠାଗାର ଶିଶୁ, ଯୁବଗୋଷ୍ଠୀଙ୍କ ମାନସିକ ଓ ଶାରିରୀକ ବିକାଶରେ ବାଧା

ନନ୍ଦପୁର,୧୬ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୩ ପଞ୍ଚାୟତବାସୀ, ଶିଶୁ, କିଶୋର, ମହିଳା, ଯୁବଗୋଷ୍ଠୀ ଓ ବୃଦ୍ଧାବୃଦ୍ଧଙ୍କ ପାଇଁ କୌଣସି ଚିତ୍ତ ବିନୋଦନର…

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି।…

ଶେଷ ହେଲା ଯୁଦ୍ଧ! ପ୍ରଥମଥର ପାଇଁ ଇରାନ ନେଇଛି ଏହି ପ୍ରମୁଖ ପଦକ୍ଷେପ… ଅକାମୀ ହୋଇଗଲାଣି ଇସ୍ରାଏଲର ପ୍ରତିରକ୍ଷା ବ୍ୟବସ୍ଥା…

ଜେରୁଜେଲମ,୧୬।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ୧୫ ଦିନରୁ ଅଧିକ ସମୟ ବିତିଗଲାଣି। ଏହା ମଧ୍ୟରେ, ରିପୋର୍ଟ ଆସିଛି ଯେ ଇରାନର IRGC (ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri