Posted inଜାତୀୟ

‘ଅଗ୍ନିପଥ‘ ଯୋଜନାକୁ ବିରୋଧ କରି କଂଗ୍ରେସର ବଡ ପ୍ରଦର୍ଶନ, ପ୍ରେସ କନଫରେନ୍ସ ଜରିଆରେ ସରକାରଙ୍କୁ ଟାର୍ଗେଟ

ନୂଆଦିଲ୍ଲୀ,୨୬ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ କୁ ବିରୋଧ କରି କଂଗ୍ରେସ ଦିଲ୍ଲୀର ଜନ୍ତର ମନ୍ତରରେ ‘ସତ୍ୟାଗ୍ରହ’ କରି ସାରିଛି । ଏବେ ପାର୍ଟି ସାରା ଦେଶରେ ପ୍ରେସ କନଫରେନ୍ସ ଜରିଆରେ ଏହି ଯୋଜନାକୁ ବିରୋଧ କରିବାକୁ ଅଣ୍ଟା ଭିଡିଛି । କଂଗ୍ରେସ ରବିବାରଠାରୁ ଦୁଇଦିନ ସାରା ଦେଶର ୨୦ ସହରରେ ଖବରଦାତା ସମ୍ମିଳନୀର ଆୟୋଜନ କରିଛି । ମୋଦି ସରକାରଙ୍କୁ ଟାର୍ଗେଟ କରିବାର କଂଗ୍ରେସର ଏହା ମେଗା ପ୍ଲାନ ବୋଲି କୁହାଯାଉଛି । ରବିବାର ଦଳ ୨୦ ରାଜଧାନୀ ଓ ବଡ ବଡ ସହରରେ ରାଷ୍ଟ୍ରୀୟ ପ୍ରବକ୍ତାଙ୍କ ଫୌଜଙ୍କୁ ବିରୋଧରେ ସାମିଲ କରିବାର ଯୋଜନା କରିଛି ।
କୁହାଯାଉଛି କି ରାଷ୍ଟ୍ରୀୟ ପ୍ରବକ୍ତାଙ୍କ ଫୌଜ ଅଗ୍ନିପଥ ଯୋଜନାକୁ ଯୁବକମାନଙ୍କ ସହ ବିଶ୍ୱାସଘାତକତା ଦର୍ଶାଇ ମୋଦି ସରକାରଙ୍କୁ ଘେରିବେ । ସୋମବାର ଦଳର କର୍ମୀ ସାରା ଦେଶରେ ପ୍ରତ୍ୟେକ ବିଧାନସଭାରେ ଅଗ୍ନିପଥ ଯୋଜନା ବିରୋଧରେ ସଡ଼କକୁ ଓହ୍ଲାଇବେ ବୋଲି କୁହାଯାଇଛି । ତେବେ ଅଗ୍ନିପଥ ଯୋଜନା ସହ ମୋଦିଙ୍କ ମନ କି ବାତ କାର୍ଯ୍ୟକ୍ରମକୁ ନେଇ ବିରୋଧ ପ୍ରଦର୍ଶନ କରିବାକୁ କଂଗ୍ରେସ ଯୋଜନା କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?