କଂଗ୍ରେସ ବିଧାୟକ ପ୍ରାର୍ଥୀ ଗିରଫ

ବ୍ରହ୍ମପୁର,୧୭ା୫(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ରାଜନୈତିକ ହିଂସା ବଢ଼ିବାରେ ଲାଗିଛି। ଗତ ୧୩ ତାରିଖରେ ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀଙ୍କୁ ଆକ୍ରମଣ ଘଟଣାରେ ବ୍ରହ୍ମପୁର ସ୍ବାଧୀନ ବିଧାୟକ ପ୍ରାର୍ଥୀ ଗିରଫ ହୋଇଥିଲେ। ଗୁରୁବାର ଜଣେ ପ୍ଲଟ ବ୍ୟବସାୟୀ ଓ ତାଙ୍କ ବାପା, ଭାଇଙ୍କୁ ଆକ୍ରମଣ ଅଭିଯୋଗରେ ସଦର ଥାନା ପୋଲିସ ଦିଗପହଣ୍ଡି କଂଗ୍ରେସ ବିଧାୟକ ପ୍ରାର୍ଥୀ କୁକୁଡ଼ାଖଣ୍ଡିର ସାକା ସୁଜିତଙ୍କୁ ଗିରଫ କରିଛି। ତାଙ୍କ ସହ ଜଗଦଳପୁରର ଅମିତ ନାୟକ ମଧ୍ୟ ଗିରଫ ହୋଇଛନ୍ତି। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ପୋଲିସ କହିଛି। ସଦର ଥାନା ନିକଟରେ ବୁଧବାର ସନ୍ଧ୍ୟାରେ ପ୍ଲଟ ବ୍ୟବସାୟୀ ସୁଧାଂଶୁ ସଂଗ୍ରାମ ପାଢ଼ୀ ଓ ତାଙ୍କ ସମ୍ପର୍କୀୟଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗୋଳନ୍ଥରା ଶିହଳାର ସୁଧାଂଶୁ ଓ ତାଙ୍କ ସାଙ୍ଗ କୁକୁଡାଖଣ୍ଡି ଅଞ୍ଚଳରେ ପ୍ଲଟ ବ୍ୟବସାୟ କରୁଛନ୍ତି। ସୁଧାଂଶୁଙ୍କ ପାଖରେ କାମ କରୁଥିବା କର୍ମଚାରୀଙ୍କୁ ସେହି ପ୍ଲଟ ଉପରେ କେତେଜଣ ଦୁର୍ବୃତ୍ତ ଲୁହାରଡରେ ଆକ୍ରମଣ କରିଥିଲେ। ଏହା ଜାଣିବା ପରେ ସୁଧାଂଶୁ, ତାଙ୍କ ବାପା ଓ ୨ ଭାଇ ସେଠାରେ ପହଞ୍ଚିଥିଲେ। ସେମାନଙ୍କୁ ମଧ୍ୟ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ପରେ ବିଧାୟକ ପ୍ରାର୍ଥୀ ସାକା ସୁଜିତ ଓ ତାଙ୍କର ୬ରୁ ଅଧିକ ସମର୍ଥକ ସେଠାରେ ପହଞ୍ଚି ସୁଧାଂଶୁ ଓ ତାଙ୍କ ବାପା, ଭାଇଙ୍କୁ ଆକ୍ରମଣ କରିଥିଲେ। ସୁଧାଂଶୁଙ୍କ ବାପା ଓ ଭାଇଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଟି ହୋଇଥିବାରୁ ସେମାନେ ଡାକ୍ତରଖାନା ଯାଇ ଚିକିତ୍ସିତ ହୋଇଥିଲେ। ସଦର ଥାନା ପୋଲିସ ନଂ. ୧୯୩/୨୪ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri