Posted inଜାତୀୟ

ଫଳାଫଳ ପୂର୍ବରୁ କଂଗ୍ରେସ ବିଧାୟକଙ୍କ ଦାବି, ଆମେ ଜିତିବୁ ୧୨୦ ଆସନ, ଫେଲ ମାରିବ ଏକଜିଟ ପୋଲ

ଅହମଦାବାଦ,୮ ।୧୨: ଗୁଜରାଟ ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ଅର୍ଥାତ୍ ୮ ଡିସେମ୍ବରରେ ଆସିବ । ଏଥିପାଇଁ ଗୁରୁବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟାଲ ବାଲଟରୁ ଗଣତି ଆରମ୍ଭ ହେବା ସହ ଏହାପରେ ଇଭିଏମ ଖୋଲିଛି । ଏଥର ଗୁଜରାଟରେ ଆମ ଆଦମୀ ପାର୍ଟି(ଏଏପି)ର ଏଣ୍ଟ୍ରି ପରେ ମୁକାବିଲା ତ୍ରୀକୋଣୀୟ ହୋଇଛି ।
ତେବେ ଫଳାଫଳ ଆସିବା ପୂର୍ବରୁ ବିଧାୟକ ଜିଗ୍ନେଶ ମେୱାନି କହିଛନ୍ତି ଏଥର କଂଗ୍ରେସ ଗୁଜରାଟରେ ସାଇଲେଣ୍ଟ ଲହର ଆଣିବ । ସେ କହିଛନ୍ତି ଏହି ନିର୍ବାଚନ ଗୁଜରାଟ ଓ ଦେଶକୁ ଏକ ନୂଆ ଦିଗ ଦେବ, ରାଜ୍ୟରେ ପରିବର୍ତ୍ତନ ଜରୁରୀ । ସେ କହିଛନ୍ତି ଏହି ନିର୍ବାଚନ ନିରଙ୍କୁଶତା, ବେକାରୀ ସମସ୍ୟା ଓ ଦରଦାମ ବୃଦ୍ଧି ବିରୋଧରେ ହେବାକୁ ଯାଉଛି । ଜିଗ୍ନେଶ ଦାବି କରିଛନ୍ତି, ଏଥର ଫେଲ ମାରିବ ଏକଜିଟ ପୋଲ, କଂଗ୍ରେସକୁ ୧୨୦ ଆସନ ମିଳିବାକୁ ଯାଉଛି ।
ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୭ ବର୍ଷ ହେବ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଚାଲି ଆସିଥିବା ବେଳେ ଏଥର ବି ଭାଜପା ସରକାର ଗଢିବ ବୋଲି ଆଶ୍ୱସ୍ତ ନଜର ଆସିଛି । ଏପଟେ ସମସ୍ତ ଏକଜିଟ ପୋଲର ଆକଳନ ବି କହୁଛି ଏଥର ଗୁଜରାଟରେ ଭାଜପା ଶାସନ କରିବ । ହେଲେ କଂଗ୍ରେସ ଦାବି କରୁଛି ଯେତେବେଳେ ଫଳାଫଳ ସାମ୍ନାକୁ ଆସିବ ସେତେବେଳେ ସବୁ ଏକଜିଟ ପୋଲ ଫେଲ ମାରିବ । କଂଗ୍ରେସ ବିଧାୟକ ଜିଗ୍ନେଶ ମେୱାନି ଦାବି କରିଛନ୍ତି ଏଥର ଗୁଜରାଟରେ କଂଗ୍ରେସ ସରକାର ଗଠନ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri