Posted inଜାତୀୟ

ଭାଜପା ୫୦ ଆସନରେ ଜିତିଲେ ମୁହଁକଳା କରିବେ ବୋଲି କହିଥିଲେ, ଏବେ କଥା ରଖିବେ କଂଗ୍ରେସ ବିଧାୟକ

ଭୋପାଳ,୫।୧୨: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୫୦ ସିଟ୍‌ରେ ଜିତିଲେ ମୁହଁକଳା କରିବେ ବୋଲି କହିଥିଲେ କଂଗ୍ରେସ ବିଧାୟକ ଫୁଲ ସିଂ ବରେୟା। ଏବେ ତାହା ହୋଇଥିବା ଯୋଗୁ ସେ ତାଙ୍କର ପ୍ରତିଜ୍ଞାକୁ ପାଳନ କରିବେ ବୋଲି କହି ଚର୍ଚ୍ଚାକୁ ଆସିଛନ୍ତି। ରାଜ୍ୟର ଦତ୍ତିଆ ଜିଲାର ଭନ୍ଦର ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିବା ଫୁଲ ସିଂ ଡିସେମ୍ବର ୭ ଅପରାହ୍ନ ୨ଟାରେ ରାଜଭବନ ସମ୍ମୁଖରେ ମୁହଁ କଳା କରିବେ ବୋଲି ସ୍ପଷ୍ଟ କରିଛନ୍ତି।

ଏକ ନ୍ୟୁଜ ଏଜେନ୍ସିକୁ ପ୍ରତିକ୍ରିୟା ଦେଇ କଂଗ୍ରେସ ବିଧାୟକ କହିଛନ୍ତି, ‘ମୁଁ ମୋର ପ୍ରତିଜ୍ଞାରେ ଅଟଳ। ତଥାପି ମୁଁ ଏହା ସ୍ପଷ୍ଟ କରିଦେବାକୁ ଚାହେଁ ଯେ ଯଦି ନିର୍ବାଚନ ଆୟୋଗ ନିରପେକ୍ଷ ଭାବେ ନିର୍ବାଚନ କରାନ୍ତି ତେବେ ଲିଖିତ ଭାବେ କହିପାରେ ଯେ ରାଜ୍ୟରେ ଭାଜପା ପାଖରେ ୫୦ ବିଧାୟକଙ୍କୁ ଜିତାଇବା ଲାଗି ପର୍ଯ୍ୟାପ୍ତ ଭୋଟ୍‌ ନାହିଁ। ଯଦି ଦେଶ, ଗଣତନ୍ତ୍ର ଏବଂ ସମ୍ବିଧାନକୁ ବଞ୍ଚାଇବା ଲାଗି ରକ୍ତ ଝରାଇ ମୁହଁକୁ ଲାଲ କରିବାକୁ ପଡେ ତେବେ ଆମେ କରିବୁ। ମୁଁ ଡିସେମ୍ବର ୭ରେ ପ୍ରତିଶ୍ରୁତି ପୂରଣ କରିବି।’

କହିରଖୁଛୁ, ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ବହୁମତ ହାସଲ କରିଛି। ରାଜ୍ୟର ୨୩୦ ଆସନରୁ ଭାଜପା ହାତକୁ ଯାଇଛି ୧୬୩ ଆସନ। ସେହିଭଳି କଂଗ୍ରେସ ମାତ୍ର ୬୬ ଆସନରେ ସନ୍ତୁଷ୍ଟ ହୋଇଛି। ଏବେ ଭାଜପା ରାଜ୍ୟରେ ସରକାର ଗଠନ କରିବାକୁ ଯାଉଥିବା ବେଳେ କଂଗ୍ରେସ ବିଧାୟକଙ୍କ ଏଭଳି ମନ୍ତବ୍ୟ ଚର୍ଚ୍ଚାର ପରିସରକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri