‘ଗୋପାଳ ପ୍ରକୃତ ଦୋଷୀ ନୁହେଁ, ତାକୁ ବେଲ୍‌ରେ ଛାଡ଼’

ଭୁବନେଶ୍ୱର,୨୦।୩: ରାଜ୍ୟର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲା ଦିନକୁ ଦିନ ନୂଆମୋଡ଼ ନେଉଛି। ବୁଧବାର ତାଙ୍କ ପତ୍ନୀ ମୀନତି ଦାସ ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ଏହାକୁ ନେଇ ରାଜନୀତି ସରଗରମ ରହିଥିବା ବେଳେ ଏବେ ସରକାରଙ୍କୁ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଟାର୍ଗେଟ କରିଛନ୍ତି।

ତାରା କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟରୁ ଲାଗୁଛି ଗୋପାଳ ପ୍ରକୃତ ଦୋଷୀ ନୁହନ୍ତି। ତା’ ହେଲେ ଗୋପାଳକୁ ବେଲ୍‌ରେ ଛାଡ଼ନ୍ତୁ, ଏହା ପଛରେ କିଏ ଅଛି ତାକୁ ଧରନ୍ତୁ। ନବଙ୍କ ପରିବାରର କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ଭରସା ନାହିଁ। ଏଣୁ ସିବିଆଇ ତଦନ୍ତ ପାଇଁ ସରକାର ନିର୍ଦ୍ଦେଶ ଦିଅନ୍ତୁ ବୋଲି ସେ କହିଛନ୍ତି।

କହିରଖୁଛୁ, ନବଙ୍କ ପତ୍ନୀ ମୀନତି ବୁଧବାର ସାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ବାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ତାଙ୍କ ଝିଅ ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ ।ଏହି ଭେଟ ପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ । ଅପରପକ୍ଷେ ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ମୀନତି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

ପହଲଗାମ୍‌ରେ ଆତଙ୍କୀ ହମ୍‌ଲା: ଓଡ଼ିଆ ଯୁବକ ମୃତ

ନୂଆଦିଲ୍ଲୀ,୨୨।୪: ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ୍‌ରେ ମଙ୍ଗଳବାର ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଶାର ପ୍ରଶାନ୍ତ ଶତପଥୀ ନାମକ ଯୁବକ ମୃତ୍ୟୁ ବରଣ କରିଛନ୍ତି। ସେ ପତ୍ନୀ ପ୍ରିୟଦର୍ଶିନୀଙ୍କ...

ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ

ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri