କଂଗ୍ରେସ ଦଳ ବୈଠକରେ କର୍ମୀଙ୍କ ପ୍ରଶ୍ନରେ ବିଧାୟକ ଘାଇଲା, ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି…

ଦାରିଙ୍ଗବାଡ଼ି,୨୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରଫୁଲ ପ୍ରଧାନ ବୁଧବାର ବ୍ରାହ୍ମଣୀଗାଁ ଗସ୍ତରେ ଯାଇଥିଲେ। ସେଠାରେ ବିଧାୟକଙ୍କୁ କିଛି କର୍ମୀ ପ୍ରଶ୍ନ ପରେ ପ୍ରଶ୍ନ କରିଚାଲିଥିଲେ। ବିଧାୟକ ନିର୍ବାଚନ ପ୍ରଚାର ସମୟରେ ଦୁର୍ଗମ କାଟିଙ୍ଗିଆ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଭୋଟ୍‌ ଭିକ୍ଷା କରିଥିଲେ ଓ ସେହି ସମୟରେ ଲୋକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଜାଣିବା ପରେ ସେ ବିଧାୟକ ଭାବେ ଜିତିବା ପରେ ଗାଁକୁ ରାସ୍ତା ନିର୍ମାଣ ସହ ପିଇବାପାଣି, ମୋବାଇଲ ନେଟ୍‌ଓ୍ବର୍କ ଭଳି ମୌଳିକ ସୁବିଧା ଯୋଗାଇ ଦେବି ଓ ଗାଁର ଲୋକମାନେ ହିଁ ନିଜ ଗାଁର ଉନ୍ନୟନ କାର୍ଯ୍ୟକୁ ଠିକା ଭାବେ କାର୍ଯ୍ୟକାରୀ କରି ଅଞ୍ଚଳର ବିକାଶ ହେବ ବୋଲି ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ।

ଇତି ମଧ୍ୟରେ ସେ ବିଜୟ ଲାଭ କରି ୨ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରତିଶ୍ରୁତି କାହିଁକି ପାଳନ କରୁନାହାନ୍ତି ବୋଲି କାଟିଙ୍ଗିଆ, ମିଞ୍ଜାପାଙ୍କା ଆଦି ଅଞ୍ଚଳର ଲୋକମାନେ ସିଧା ବିଧାୟକଙ୍କୁ ପ୍ରଶ୍ନ କରିଥିଲେ। ଯାହାର ଉତ୍ତର ବିଧାୟକ ଲୋକଙ୍କୁ ଦେବା ମୁସ୍କିଲ ହୋଇପଡ଼ିଥିଲା। କିଛି ଅଞ୍ଚଳବାସୀ ବିଧାୟକଙ୍କୁ ଏଭଳି ଅଡୁଆ ପ୍ରଶ୍ନ ପଚାରିବା ସହ ଆମ ସମସ୍ୟାର ସମାଧାନ କରୁନାହାନ୍ତି ବୋଲି ସିଧା ପ୍ରଶ୍ନ କରିଥିଲେ। ଘଟଣା ଧିରେ ଧିରେ ଅପ୍ରୀତିକର ପରିସ୍ଥିତି ଆଡ଼କୁ ଗତି କରିବା ଉକ୍ତ ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛି। ଯାହାକି ମୋବାଇଲକୁ ମୋବାଇଲ ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ ହେଉଛି। ପରେ ବ୍ରାହ୍ମଣୀଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁୁଝା କରିଥିବା ଜଣାପଡ଼ିଛି।

ପ୍ରକାଶ ଯେ, ଦଳର ବ୍ଲକ ସଭାପତି ଜିରିମୟ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବିଏଲ୍‌ଓ ୨ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଧାୟକ ପ୍ରଫୁଲ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଜିଲା ସଭାପତି ଚନ୍ଦ୍ରଶେଖର ପରିଡ଼ାଙ୍କ ସମେତ ବ୍ଲକ ଅଞ୍ଚଳର ନେତା, କର୍ମୀମାନେ ଯୋଗଦେଇଥିଲେ। ଦଳକୁ ମଜଭୁତ କରିବାକୁ ଏବଂ ଆଗକୁ ତ୍ରିସ୍ତରୀୟ ନିର୍ବାଚନ ରହିଥିବାରୁ ଦଳକୁ ତୃଣମୂଳ ସ୍ତରରେ ଶକ୍ତିଶାଳୀ କରିବାକୁ ବିଧାୟକପ୍ରଧାନ କର୍ମୀଙ୍କୁ ପରାମର୍ଶ ଦେଇଥିଲେ ବିଭିନ୍ନ ପଞ୍ଚାୟତରେ ଓ୍ବାର୍ଡସଭ୍ୟଠାରୁ ସରପଞ୍ଚ, ସମିତିସଭ୍ୟ, ଜିଲାପରିଷଦ ସଦସ୍ୟ ଆଦିକୁ କିଭଳି ଦଳ ଜିତାଇବ। ସେ ନେଇ ରଣନୀତି ଉପରେ ଆଲୋଚନା କରାଯାଇଥିଲା। ଉକ୍ତ ଅଞ୍ଚଳରେ କଂଗ୍ରେସର ସ୍ଥିତି ଭଲ ରହିଥିଲେ ମଧ୍ୟ ଆହୁରି ଶକ୍ତିଶାଳୀ ପାଇଁ ସମସ୍ତ କର୍ମୀ ଅଣ୍ଟା ଭିଡ଼ିବାକୁ ବିଧାୟକ ଏବଂ ଜିଲା ଓ ବ୍ଲକ ସଭାପତି ପରାମର୍ଶ ଦେଇଥିଲେ। ସେହିପରି ବିଭିନ୍ନ ଦଳ ଛାଡ଼ି କଂଗ୍ରେସ ଦଳକୁ ଭଲ ପାଉଥିବା ଲୋକ ପ୍ରତିନିଧି ଓ ଅନ୍ୟ ଦଳର କର୍ମୀ କଂଗ୍ରେସରେ ସାମିଲ ହୋଇଥିଲେ। ପ୍ରାୟ ୬୦ ଜଣ କଂଗ୍ରେସରେ ସାମିଲ ହୋଇଥିଲେ ଓ ଶାନ୍ତିଶୃଙ୍ଖଳାର ସହ କର୍ମୀ ସମ୍ମିଳନୀ ହୋଇଥିଲା ଏବଂ ସମ୍ମିଳନୀ ଶେଷରେ କିଛି କର୍ମୀ ବିଧାୟକଙ୍କୁ ପ୍ରଶ୍ନ କରିଥିବା ବ୍ଲକ ସଭାପତି ସ୍ବୀକାର କରିବା ସହ ତାଙ୍କ ଦଳରେ ଶୃଙ୍ଖଳିତ କର୍ମୀ ଅଛନ୍ତି ବୋଲି ସେ କହିଛନ୍ତି। ଏନେଇ ବିଧାୟକଙ୍କ ପ୍ରତିକ୍ରିୟା ପାଇଁ ତାଙ୍କୁ ଫୋନ୍‌ରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇପାରିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?