୧୩ରେ ରାଜଭବନ ଘେରିବ କଂଗ୍ରେସ

ଢେଙ୍କାନାଳ ଅଫିସ,୨୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଜପା ସରକାର ନିର୍ଦ୍ଦିଷ୍ଟ ଅଳ୍ପ କିଛି ପୁଞ୍ଜିପତିଙ୍କୁ ଭାରତର ସମସ୍ତ ଜାତୀୟ ସମ୍ପତ୍ତି ଟେକି ଦେଇଛନ୍ତି ବୋଲି ଗୁରୁବାର ଢେଙ୍କାନାଳଠାରେ ଜିଲା କଂଗ୍ରେସ ପକ୍ଷରୁ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଦଳର ପର୍ଯ୍ୟବେକ୍ଷକ ତଥା ଏଆଇସିସି ସଦସ୍ୟ ବିଭୂତି ମିଶ୍ର ଅଭିଯୋଗ କରିଛନ୍ତି। ମୋଦି ନିଜ ବ୍ୟକ୍ତିଗତ ସମ୍ପର୍କ ଯୋଗୁ ଆଦାନୀ ଓ ଅମ୍ବାନୀଙ୍କୁ ବହୁ ଭାବରେ ଲାଭ ପହଞ୍ଚାଇଛନ୍ତି, ଯାହା ଗତ ଜାନୁୟାରୀ ୨୪ରେ ହିଣ୍ଡେନବର୍ଗ ରିପୋର୍ଟରେ ପ୍ରକାଶ ପାଇଛି। ମୋଦି-ଆଦାନୀ ମେଣ୍ଟ ଦେଶର ଅର୍ଥନୀତିକୁ ଦୁର୍ବଳ କରୁଛି। ଏଭଳି ଷଡ଼ଯନ୍ତ୍ରର ମୁଖ୍ୟ ନାୟକ ପ୍ରଧାନମନ୍ତ୍ରୀ ବୋଲି କଂଗ୍ରେସ ନେତା କହିଥିଲେ। ଇଡି, ସିବିଆଇ, ସେବି, ଇନ୍‌କମ ଟ୍ୟାକ୍ସ କାହିଁକି ଏହି ଘଟଣାର ତଦନ୍ତ କରୁନାହିଁ ବୋଲି କଂଗ୍ରେସ ପ୍ରଶ୍ନ ଉଠାଇଛି। ଏପରି କି ବିଶ୍ୱ ପୁଞ୍ଜି ବଜାରରେ ଭାରତ ପ୍ରତି ଏକ ନକାରାତ୍ମକ ଭାବନା ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ଆସନ୍ତା ୧୩ ତାରିଖରେ ଏକ ବିଶାଳ ଶୋଭାଯାତ୍ରା ଭୁବନେଶ୍ୱରରୁ ବାହାରି ରାଜଭବନ ଘେରାଉ କରାଯିବ ବୋଲି ଖବରଦାତା ସମ୍ମିଳନୀରେ ଦଳ ପକ୍ଷରୁ କୁହାଯାଇଛି। ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲା ସଭାପତି ସରୋଜ ପଟନାୟକ ସଭାପତିତ୍ୱ କରିଥିବା ବେଳ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ, ମୁଖପାତ୍ର ପ୍ରେମଶଙ୍କର ମିଶ୍ର, ବରିଷ୍ଠ ନେତା ସୁରେଶ ଚନ୍ଦ୍ର ପାଣିଗ୍ରାହୀଙ୍କ ସମେତ ଦଳର ବିଭିନ୍ନ ସଂଗଠନର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri