Posted inଜାତୀୟ

ନିର୍ବାଚନ ନିୟମ ସଂଶୋଧନକୁ ବିରୋଧ କରି ସୁପ୍ରିମକୋର୍ଟ ଗଲା କଂଗ୍ରେସ

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ନିକଟରେ ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ରେ କରିଥିବା ସଂଶୋଧନକୁ ବିରୋଧ କରି ମଙ୍ଗଳବାର କଂଗ୍ରେସ ସୁପ୍ରିମକୋର୍ଟରେ ରିଟ୍‌ ପିଟିଶନ ଦାଏର କରିଛି। ନିର୍ବାଚନ ନିୟମ ସଂଶୋଧନକୁ ଆମେ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଛୁ ବୋଲି କଂଗ୍ରେସ ନେତା ଜୟରାମ ରମେଶ ଏକ୍ସ’ରେ ଲେଖିଛନ୍ତି। ନିର୍ବାଚନ କମିଶନ (ଇସି) ଏକ ସାମ୍ବିଧାନିକ ସଂସ୍ଥା ହୋଇଥିବାବେଳେ ମୁକ୍ତ ଏବଂ ଅବାଧ ନିର୍ବାଚନ ପରିଚାଳନା ଦାୟିତ୍ୱ ଏହା ଉପରେ ନ୍ୟସ୍ତ କରାଯାଇଛି। ତେବେ ଜନସାଧାରଣଙ୍କ ସହ ବିନା ପରାମର୍ଶରେ ଇସି ଏକପାଖିଆ ଭାବେ ନିୟମାବଳୀ ବଦଳାଉଥିବା ନେଇ ଜୟରାମ ଦୋଷାରୋପ କରିଛନ୍ତି। ନିର୍ବାଚନ ପ୍ରକ୍ରିୟା ସାଧୁତାର ଦ୍ରୁତ ଅବକ୍ଷୟ ହେଉଛି। ସର୍ବୋଚ୍ଚ ଅଦାଲତ ଏହାକୁ ପୂର୍ବ ସ୍ଥିତିକୁ ଫେରାଇ ଆଣିବାରେ ସହାୟତା କରିବେ ବୋଲି କଂଗ୍ରେସ ଆଶା କରୁଛି।
ନିର୍ବାଚନ କମିଶନଙ୍କ ଅନୁମୋଦନକ୍ରମେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ନିକଟରେ ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ର ରୁଲ୍‌ ୯୩ରେ ସଂଶୋଧନ କରିଥିଲେ। ଫଳରେ ଇଲେକ୍ଟ୍ରୋନିକ୍‌ ଡକ୍ୟୁମେଣ୍ଟଗୁଡ଼ିକ ସର୍ବସାଧାରଣରେ ପ୍ରକାଶ ଉପରେ କଟକଣା ଲାଗିଛି। ସିସିଟିଭି କ୍ୟାମେରା, ଓ୍ବେବ୍‌କାଷ୍ଟିଂ ଫୁଟେଜ୍‌ ସହ ଭିଡିଓ ରେକର୍ଡିଂ ଆଦି ଇଲେକ୍ଟ୍ରୋନିକ୍‌ ରେକର୍ଡଗୁଡ଼ିକୁ ଜନସାଧାରଣ ଆଉ ଯାଞ୍ଚ କରିପାରିବେ ନାହିଁ। ଭୋଟଗ୍ରହଣ କେନ୍ଦ୍ରରେ ସିସିଟିଭି କ୍ୟାମେରା ବ୍ୟବହାର ଦ୍ୱାରା ଭୋଟରଙ୍କ ଗୋପନୀୟତାର ଦୁରୁପଯୋଗ ଏବଂ ସାଲିସ୍‌ ହୋଇପାରେ ବୋଲି ନିର୍ବାଚନ ଅଧିକାରୀମାନେ ଆଶଙ୍କା ବ୍ୟକ୍ତ କରିଥିଲେ। ତେଣୁ ଭିଡିଓ ଫୁଟେଜ୍‌, ନାମାଙ୍କନପତ୍ରର କାଗଜାତ ଆଦିର ଦୁରୁପଯୋଗ ରୋକିବା ପାଇଁ ନିୟମାବଳୀରେ ସଂଶୋଧନ କରାଯାଇଥିବା କୁହାଯାଇଥିଲା, ଯାହାକୁ ନେଇ ବିବାଦ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri