Posted inଜାତୀୟ

ନିର୍ବାଚନ ନିୟମ ସଂଶୋଧନକୁ ବିରୋଧ କରି ସୁପ୍ରିମକୋର୍ଟ ଗଲା କଂଗ୍ରେସ

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ନିକଟରେ ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ରେ କରିଥିବା ସଂଶୋଧନକୁ ବିରୋଧ କରି ମଙ୍ଗଳବାର କଂଗ୍ରେସ ସୁପ୍ରିମକୋର୍ଟରେ ରିଟ୍‌ ପିଟିଶନ ଦାଏର କରିଛି। ନିର୍ବାଚନ ନିୟମ ସଂଶୋଧନକୁ ଆମେ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଛୁ ବୋଲି କଂଗ୍ରେସ ନେତା ଜୟରାମ ରମେଶ ଏକ୍ସ’ରେ ଲେଖିଛନ୍ତି। ନିର୍ବାଚନ କମିଶନ (ଇସି) ଏକ ସାମ୍ବିଧାନିକ ସଂସ୍ଥା ହୋଇଥିବାବେଳେ ମୁକ୍ତ ଏବଂ ଅବାଧ ନିର୍ବାଚନ ପରିଚାଳନା ଦାୟିତ୍ୱ ଏହା ଉପରେ ନ୍ୟସ୍ତ କରାଯାଇଛି। ତେବେ ଜନସାଧାରଣଙ୍କ ସହ ବିନା ପରାମର୍ଶରେ ଇସି ଏକପାଖିଆ ଭାବେ ନିୟମାବଳୀ ବଦଳାଉଥିବା ନେଇ ଜୟରାମ ଦୋଷାରୋପ କରିଛନ୍ତି। ନିର୍ବାଚନ ପ୍ରକ୍ରିୟା ସାଧୁତାର ଦ୍ରୁତ ଅବକ୍ଷୟ ହେଉଛି। ସର୍ବୋଚ୍ଚ ଅଦାଲତ ଏହାକୁ ପୂର୍ବ ସ୍ଥିତିକୁ ଫେରାଇ ଆଣିବାରେ ସହାୟତା କରିବେ ବୋଲି କଂଗ୍ରେସ ଆଶା କରୁଛି।
ନିର୍ବାଚନ କମିଶନଙ୍କ ଅନୁମୋଦନକ୍ରମେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ନିକଟରେ ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ର ରୁଲ୍‌ ୯୩ରେ ସଂଶୋଧନ କରିଥିଲେ। ଫଳରେ ଇଲେକ୍ଟ୍ରୋନିକ୍‌ ଡକ୍ୟୁମେଣ୍ଟଗୁଡ଼ିକ ସର୍ବସାଧାରଣରେ ପ୍ରକାଶ ଉପରେ କଟକଣା ଲାଗିଛି। ସିସିଟିଭି କ୍ୟାମେରା, ଓ୍ବେବ୍‌କାଷ୍ଟିଂ ଫୁଟେଜ୍‌ ସହ ଭିଡିଓ ରେକର୍ଡିଂ ଆଦି ଇଲେକ୍ଟ୍ରୋନିକ୍‌ ରେକର୍ଡଗୁଡ଼ିକୁ ଜନସାଧାରଣ ଆଉ ଯାଞ୍ଚ କରିପାରିବେ ନାହିଁ। ଭୋଟଗ୍ରହଣ କେନ୍ଦ୍ରରେ ସିସିଟିଭି କ୍ୟାମେରା ବ୍ୟବହାର ଦ୍ୱାରା ଭୋଟରଙ୍କ ଗୋପନୀୟତାର ଦୁରୁପଯୋଗ ଏବଂ ସାଲିସ୍‌ ହୋଇପାରେ ବୋଲି ନିର୍ବାଚନ ଅଧିକାରୀମାନେ ଆଶଙ୍କା ବ୍ୟକ୍ତ କରିଥିଲେ। ତେଣୁ ଭିଡିଓ ଫୁଟେଜ୍‌, ନାମାଙ୍କନପତ୍ରର କାଗଜାତ ଆଦିର ଦୁରୁପଯୋଗ ରୋକିବା ପାଇଁ ନିୟମାବଳୀରେ ସଂଶୋଧନ କରାଯାଇଥିବା କୁହାଯାଇଥିଲା, ଯାହାକୁ ନେଇ ବିବାଦ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri