Posted inଜାତୀୟ

ଓ୍ବକ୍‌ଫ ବିଲ୍‌ ବିରୋଧରେ ସୁପ୍ରିମକୋର୍ଟରେ କଂଗ୍ରେସ

ନୂଆଦିଲ୍ଲୀ,୪।୪: ଓ୍ବକ୍‌ଫ ସଂଶୋଧନ ବିଲ୍‌ ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରୁଥିବା ଦର୍ଶାଇ କଂଗ୍ରେସ ଏମ୍‌ପି ମହମ୍ମଦ ଜାଓ୍ବେଦ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେହିପରି ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ମଧ୍ୟ ବିଲ୍‌କୁ ବିରୋଧକରି ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି। କଂଗ୍ରେସ ଏମ୍‌ପି ତାଙ୍କ ଆବେଦନରେ ଦର୍ଶାଇଛନ୍ତି ଯେ, ବିଲ୍‌ ଓ୍ବକ୍‌ଫ ସମ୍ପତ୍ତି ଏବଂ ସେଗୁଡ଼ିକର ପରିଚାଳନା ଉପରେ ମନମାନି କଟକଣା ଲଦିଦେଇଛି। ଏଥିରେ ମୁସଲମାନ ସମ୍ପ୍ରଦାୟର ଧର୍ମୀୟ ସ୍ବାଧୀନତାକୁ ଅଣଦେଖା କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଆଇନଜୀବୀ ଅନସ ତନଓ୍ବିରଙ୍କ ଜରିଆରେ ଦାଏର ହୋଇଥିବା ଏହି ବିଲ୍‌ରେ ମୁସଲମାନ ସମ୍ପ୍ରଦାୟ ପ୍ରତି ପାତର ଅନ୍ତର କରାଯାଇଥିବା ଅଭିଯୋଗ ହୋଇଛି। ସେହିପରି ଓଓ୍ବାଇସି ତାଙ୍କ ପିଟିଶନରେ ଦର୍ଶାଇଛନ୍ତି, ଓ୍ବକ୍‌ଫ (ସଂଶୋଧନ) ବିଲ୍‌, ୨୦୨୫ରେ ରହିଥିବା ବ୍ୟବସ୍ଥା ମୁସଲମାନ ତଥା ମୁସ୍‌ଲିମ୍‌ ସମ୍ପ୍ରଦାୟର ମୌଳିକ ଅଧିକାରର ଉଲ୍ଲଂଘନ।
ଓ୍ବକ୍‌ଫ ବିଲ୍‌ ବିରୋଧରେ ଡିଏମ୍‌କେ ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହେବ ବୋଲି ଗୁରୁବାର ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ଘୋଷଣା କରିଥିଲେ। କଂଗ୍ରେସ ମଧ୍ୟ ଖୁବ୍‌ ଶୀଘ୍ର ବିଲ୍‌ର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବ ବୋଲି ଦଳର ସାଧାରଣ ସମ୍ପାଦକ ଜୟରାମ ରମେଶ ଶୁକ୍ରବାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri