Posted inଜାତୀୟ

ଓ୍ବକ୍‌ଫ ବିଲ୍‌ ବିରୋଧରେ ସୁପ୍ରିମକୋର୍ଟରେ କଂଗ୍ରେସ

ନୂଆଦିଲ୍ଲୀ,୪।୪: ଓ୍ବକ୍‌ଫ ସଂଶୋଧନ ବିଲ୍‌ ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରୁଥିବା ଦର୍ଶାଇ କଂଗ୍ରେସ ଏମ୍‌ପି ମହମ୍ମଦ ଜାଓ୍ବେଦ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେହିପରି ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ମଧ୍ୟ ବିଲ୍‌କୁ ବିରୋଧକରି ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି। କଂଗ୍ରେସ ଏମ୍‌ପି ତାଙ୍କ ଆବେଦନରେ ଦର୍ଶାଇଛନ୍ତି ଯେ, ବିଲ୍‌ ଓ୍ବକ୍‌ଫ ସମ୍ପତ୍ତି ଏବଂ ସେଗୁଡ଼ିକର ପରିଚାଳନା ଉପରେ ମନମାନି କଟକଣା ଲଦିଦେଇଛି। ଏଥିରେ ମୁସଲମାନ ସମ୍ପ୍ରଦାୟର ଧର୍ମୀୟ ସ୍ବାଧୀନତାକୁ ଅଣଦେଖା କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଆଇନଜୀବୀ ଅନସ ତନଓ୍ବିରଙ୍କ ଜରିଆରେ ଦାଏର ହୋଇଥିବା ଏହି ବିଲ୍‌ରେ ମୁସଲମାନ ସମ୍ପ୍ରଦାୟ ପ୍ରତି ପାତର ଅନ୍ତର କରାଯାଇଥିବା ଅଭିଯୋଗ ହୋଇଛି। ସେହିପରି ଓଓ୍ବାଇସି ତାଙ୍କ ପିଟିଶନରେ ଦର୍ଶାଇଛନ୍ତି, ଓ୍ବକ୍‌ଫ (ସଂଶୋଧନ) ବିଲ୍‌, ୨୦୨୫ରେ ରହିଥିବା ବ୍ୟବସ୍ଥା ମୁସଲମାନ ତଥା ମୁସ୍‌ଲିମ୍‌ ସମ୍ପ୍ରଦାୟର ମୌଳିକ ଅଧିକାରର ଉଲ୍ଲଂଘନ।
ଓ୍ବକ୍‌ଫ ବିଲ୍‌ ବିରୋଧରେ ଡିଏମ୍‌କେ ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହେବ ବୋଲି ଗୁରୁବାର ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ଘୋଷଣା କରିଥିଲେ। କଂଗ୍ରେସ ମଧ୍ୟ ଖୁବ୍‌ ଶୀଘ୍ର ବିଲ୍‌ର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବ ବୋଲି ଦଳର ସାଧାରଣ ସମ୍ପାଦକ ଜୟରାମ ରମେଶ ଶୁକ୍ରବାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri