Posted inଜାତୀୟ

ମୁଁ ସର୍ବଦା କହୁଛି ପ୍ରଧାନମନ୍ତ୍ରୀ ମିଛ କହୁଛନ୍ତି: ଚାଇନାର ମ୍ୟାପ୍‌ ବିବାଦକୁ ନେଇ କହିଲେ ରାହୁଲ

ନୂଆଦିଲ୍ଲୀ,୩୦।୮: ଚାଇନା ସୋମବାର ଆନୁଷ୍ଠାନିକ ଭାବେ ଏହାର ‘ଷ୍ଟାଣ୍ଡାର୍ଡ ମ୍ୟାପ୍‌’ ୨୦୨୩ ସଂସ୍କରଣ ଜାରି କରିଛି। ଏଥିରେ ଅରୁଣାଚଳ ପ୍ରଦେଶ ଓ ଅକ୍ସାଇକୁ ନିଜ ଭୂଖଣ୍ଡର ଅଂଶ ବୋଲି ଦାବି କରିଛି। ଯାହାକୁ ନେଇ ଭାରତ ଅସନ୍ତୋଷ ବ୍ୟକ୍ତ କରିଛି। କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ବର୍ତ୍ତମାନ ଏହି ପ୍ରସଙ୍ଗରେ ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ମୁଁ ପୂର୍ବରୁ କହିସାରିଛି ଯେ ପ୍ରଧାନମନ୍ତ୍ରୀ ମିଛ କହୁଛନ୍ତି ଯେ ଲଦାଖରେ ମଧ୍ୟ ଏକ ଇଞ୍ଚ ଜମି ନେଇପାରିବେ ନାହିଁ।

ରାହୁଲ ଗାନ୍ଧୀ ବୁଧବାର ବିମାନବନ୍ଦରରେ ପହଞ୍ଚି କର୍ନାଟକ ଅଭିମୁଖେ ଯାତ୍ରା କରିଛନ୍ତି। ଏହି ସମୟରେ ସେ ଗଣମାଧ୍ୟମକୁ କହିଛନ୍ତି ଯେ, ମୁଁ ବର୍ଷ ବର୍ଷ ଧରି କହୁଛି ଯେ ପ୍ରଧାନମନ୍ତ୍ରୀ ଯେଉଁ କହୁଛନ୍ତି ଯେ ଲଦାଖରେ ମଧ୍ୟ ଏକ ଇଞ୍ଚ ଜମି ନେଇନାହାନ୍ତି। ଏହା ସମ୍ପୂର୍ଣ୍ଣ ମିଥ୍ୟା ଅଟେ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ନିକଟରେ ଲଦାଖରୁ ଫେରିଛି। ସେଠାରେ ସମସ୍ତେ ଜାଣନ୍ତି ଯେ ଚାଇନା ଆମ ଜମି ଅକ୍ତିଆର କରିଛି। ରାହୁଲ ଆହୁରି କହିଛନ୍ତି ଯେ, ମାନଚିତ୍ରର ସମସ୍ୟା ଗମ୍ଭୀର। ସେମାନେ ପୂର୍ବରୁ ଜମି ନେଇଛନ୍ତି। ପ୍ରଧାନମନ୍ତ୍ରୀ ଏହା ବିଷୟରେ କିଛି କହିବା ଉଚିତ୍‌।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri