Posted inଜାତୀୟ

‘ମୁଁ ମୋର ରାମଙ୍କୁ ଭାଜପାକୁ ଉତ୍ସର୍ଗ କରିବି ନାହିଁ’, କଂଗ୍ରେସ କାହିଁକି ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ସାମିଲ ହେଲାନାହିଁ କହିଲେ ଥରୁର

ନୂଆଦିଲ୍ଲୀ,୫।୨: କଂଗ୍ରେସ ନେତା ଶଶି ଥରୁର ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାରେ ଦଳର ବରିଷ୍ଠ ନେତୃତ୍ୱଙ୍କ ଅଂଶଗ୍ରହଣ ନକରିବା ଉପରେ ମନ୍ତବ୍ୟ ଦେଇଛନ୍ତି। ଥରୁର କହିଛନ୍ତି ଯେ ସେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନ ଥିବାରୁ ଏହାର ଅର୍ଥ ନୁହେଁ ଯେ ସେ ପ୍ରଭୁ ରାମଙ୍କୁ ଭାଜପା ପାଇଁ ଛାଡିଛନ୍ତି।

ଗଣମାଧ୍ୟମ ସହ କଥାବାର୍ତ୍ତା କରି ଥରୁର କହିଛନ୍ତି, “ଯେହେତୁ ପିଲାଦିନରୁ ରାମଙ୍କ ନିକଟରେ ପ୍ରାର୍ଥନା କରିଆସୁଛି, ମୁଁ ମୋର ରାମଙ୍କୁ ଭାଜପାକୁ ଉତ୍ସର୍ଗ କରିବି ନାହିଁ। ମୁଁ ଭାବୁ ନାହିଁ ଯେ ରାମ କିମ୍ବା ଅନ୍ୟ ଦେବତାମାନଙ୍କ ଉପରେ ଭାଜପାର କପିରାଇଟ୍ ଅଛି।”

ସୂଚନାଯୋଗ୍ୟ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ସୋନିଆ ଗାନ୍ଧୀ ଏବଂ ଅଧୀର ରଞ୍ଜନ ଚୌଧୁରୀ ସମେତ ବରିଷ୍ଠ କଂଗ୍ରେସ ନେତାମାନେ ଘୋଷଣା କରିଥିଲେ କି ସେମାନେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗ ଦେବେନାହିଁ, କାରଣ ଏହା ଆରଏସଏସ ଏବଂ ଭାଜପାର କାର୍ଯ୍ୟକ୍ରମ।

ତେବେ ଅଯୋଧ୍ୟାର ରାମ ମନ୍ଦିର ଯିବା ପାଇଁ ସମୟ ସେ ନିଜେ ସ୍ଥିର କରିବେ। ଏହାର ରାଜନୀତି ସହିତ କୌଣସି ସମ୍ପର୍କ ନାହିଁ, କାରଣ ମୁଁ ପ୍ରାର୍ଥନା କରିବା ପାଇଁ ମନ୍ଦିର ଯାଇଥାଏ, ରାଜନୀତି ପାଇଁ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ

ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ…

ପ୍ରତିବାଦରେ ବାଧା

ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ।…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri