Posted inଜାତୀୟ

ଲୋକ ସଭାରେ କଂଗ୍ରେସ ଏମ୍‌ପିଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନରେ ଲୋକ ସଭାରୁ ଏମ୍‌ପିଙ୍କ ନିଲମ୍ବନ ଆଦେଶ ସୋମବାର ପ୍ରତ୍ୟାହାର ହୋଇଛି। ଗୃହରେ ଉତ୍ତେଜନା ସୃଷ୍ଟି କରିବା ଅଭିଯୋଗରେ କଂଗ୍ରେସର ଚାରିଜଣ ଏମ୍‌ପି ଜ୍ୟୋତିମଣି, ରମାୟ ହରିଦାସ, ଏମ୍‌ ଟାଗୋର, ଟିଏନ୍‌ ପ୍ରତାପନଙ୍କୁ ନିଲମ୍ବିତ କରାଯାଇଥିଲା। ଏହାପରେ ଗୃହ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା। ଗୃହ କାର୍ଯ୍ୟ ସ୍ବାଭାବିକ କରିବା ପାଇ ବାଚସ୍ପତି ଓମ ବିର୍ଲା ସୋମବାର ଏକ ସର୍ବଦଳୀୟ ବୈଠକ ଡକାଇଥିଲେ। ବୈଠକ ପରେ ସକରାରଙ୍କ ପକ୍ଷରୁ ଏମ୍‌ପିଙ୍କ ନିଲମ୍ବନ ପ୍ରତ୍ୟାହାର ପାଇଁ ଏକ ପ୍ରସ୍ତାବ ଆସିଥିଲା। ଏହି ପ୍ରସ୍ତାବ ପାରିତ ହେବା ପରେ ନିଲମ୍ବିତ ଏମ୍‌ପିମାନଙ୍କୁ ଲୋକ ସଭାର ପ୍ରକ୍ରିୟାରେ ଯୋଗଦେବାକୁ ଅନୁମତି ଦିଆଯାଇଥିଲା। ଆଦେଶ ପ୍ରତ୍ୟାହାର କରିଥିଲେ ମଧ୍ୟ ବାଚସ୍ପତି ବିରୋଧୀ ଏମ୍‌ପିମାନଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ଯଦି କେହି ଗୃହରେ ପ୍ଲାକାର୍ଡ ଦେଖାଇବେ ତା’ହେଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ,ସଂସଦର ମୌସୁମୀ ଅଧିବେଶନ ଆରମ୍ଭରୁ ଉଭୟ ଗୃହରେ ହଙ୍ଗାମା ସୃଷ୍ଟି ହୋଇଛି। ମୁଦ୍ରାସ୍ଫୀତି, ବେକାରୀ, ଜିଏସ୍‌ଟି ଭଳି ପ୍ରସଙ୍ଗରେ ବିରୋଧୀ ଆଲୋଚନା କରିବାକୁ ଦାବି କରୁଛନ୍ତି। ନିକଟରେ ଚାରି ଜଣ କଂଗ୍ରେସ ଏମ୍‌ପି ଗୃହରେ ପ୍ଲାକାର୍ଡ ଦେଖାଇବାରୁ ସେମାନଙ୍କୁ ସମଗ୍ର ଅଧିବେଶନ ପାଇଁ ନିଲମ୍ବିତ କରାଯାଇଥିଲା। ଏଥିସହିତ ୨୩ ଜଣ ବିରୋଧୀ ଏମ୍‌ପିଙ୍କୁ ମଧ୍ୟ ରାଜ୍ୟ ସଭାରୁ ନିଲମ୍ବିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri