Posted inଜାତୀୟ

ରାହୁଲ-ପ୍ରିୟଙ୍କାଙ୍କ ସମେତ ୫ ଜଣଙ୍କୁ ହାଥରସ ଯିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୩ ।୧୦: ଉତ୍ତରପ୍ରଦେଶ ହାଥରସରେ ଦଳିତ ଯୁବତୀଙ୍କ ସହ ହୋଇଥିବା ଗଣବଳାତ୍କାର ମାମଲାକୁ ନେଇ ଦେଶରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି । ଏହି ମାମଲାକୁ ନେଇ ବିରୋଧି ଉତ୍ତର ପ୍ରଦେଶ ସରକାରଙ୍କୁ ଘେରିଛନ୍ତି । ଏହାରି ଭିତରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ହାଥରସ ଯାଇଛନ୍ତି । ଶନିବାର ପ୍ରିୟଙ୍କା ନିଜେ ଗାଡି ଚଲାଇ ହାଥରସ ଯାଉଥିବା ଦେଖାଯାଇଛି । ପୂର୍ବରୁ ସେଠାରେ ୧୪୪ ଧାରା ଜାରି କରାଯାଇଥିବା ବେଳେ ସେମାନଙ୍କୁ ହାଥରସ ଯିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଅନୁମାନ କରାଯାଉଥିଲା । ହେଲେ ଇତିମଧ୍ୟରେ ପ୍ରଶାସନ ରାହୁଲ-ପ୍ରିୟଙ୍କାଙ୍କ ସମେତ ୫ ଜଣଙ୍କୁ ହାଥରସ ଯିବାକୁ ଅନୁମତି ପ୍ରଦାନ କରିଥିବା ସୂଚନା ମିଳିଛି । ତେବେ ପ୍ରଶାସନ ପକ୍ଷରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାସ୍କ ପିନ୍ଧିବା ଓ କରୋନାର ସମସ୍ତ ଗାଇଡ୍‌ଲାଇନକୁ ପାଳନ କରିବା ସର୍ତ୍ତରେ ଏମାନଙ୍କୁ ପୀଡ଼ିତାଙ୍କ ପରିବାର ସହ ଭେଟିବାକୁ ପ୍ରଶାସନ ଅନୁମତି ପ୍ରଦାନ କରିଥିବା ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri