Posted inUncategorized

ଇଣ୍ଡିଆ ବ୍ଲକରେ କିପରି ଫାଇନାଲ ହେବ କଂଗ୍ରେସର ସିଟ୍? ବୈଠକରେ ପ୍ରସ୍ତୁତ ହେଲା ସିଟ୍ ଶେୟାରିଂ ଫର୍ମୁଲା

ନୂଆଦିଲ୍ଲୀ ,୨୩।୧୨: ଇଣ୍ଡିଆ ବ୍ଲକରେ ସାମିଲ ଦଳ ମାନଙ୍କ ସହିତ ଆଗାମୀ ଲୋକସଭା ନିର୍ବାଚନରେ ଆସନ ବୁଝାମଣା ପାଇଁ ପାଞ୍ଚ ଜଣ ସଦସ୍ୟଙ୍କୁ ନେଇ ରାଷ୍ଟ୍ରୀୟ ଗଠବନ୍ଧନ କମିଟି ଗଠନ କରିଛି କଂଗ୍ରେସ। ଏହି କମିଟି ସିଟ୍ ବୁଝାମଣା କରିବା ପାଇଁ ବିଭିନ୍ନ ରାଜ୍ୟର ବରିଷ୍ଠ କଂଗ୍ରେସ ନେତା ମାନଙ୍କ ସହିତ ଆଲୋଚନା କରି ନିଷ୍ପତ୍ତି ନେବ।

ପାର୍ଟିର ପ୍ରତିଷ୍ଠା ଦିବସ ଉପଲକ୍ଷେ ନାଗପୁରରେ ହେବାକୁ ଥିବା ରାଲି ପରେ ଏହି କମିଟି ବିଭିନ୍ନ ପ୍ରଦେଶ ନେତା ମାନଙ୍କ ପ୍ରତିକ୍ରିୟା ନେବେ। ଏହାପରେ ଜାନୁୟାରି ପ୍ରଥମ ସପ୍ତାହରେ କମିଟି ସହଯୋଗୀ ଦଳ ମାନଙ୍କ ସହିତ ଆସନ ବୁଝାମଣା ଉପରେ ଆଲୋଚନା କରିବ। ଏହି କମିଟିର ଅଧ୍ୟକ୍ଷ ମୋହନ ପ୍ରକାଶ ରହିଥିଲା ବେଳେ ଏଥିରେ ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲଟ ଏବଂ ଭୁପେଶ ବଗେଲ ରହିଛନ୍ତି। ଏମାନଙ୍କ ବ୍ୟତୀତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସଲମାନ ଖୁର୍ସିଦ ଏବଂ ମୁକୁଲ ବାସାନିକ ରହିଛନ୍ତି।

ଏହା ବ୍ୟତୀତ ଲୋକସଭା ନିର୍ବାଚନ ୨୦୨୪ ର ପ୍ରସ୍ତୁତିକୁ ଦୃଷ୍ଟିରେ ରଖି ଶୁକ୍ରବାର କଂଗ୍ରେସ ଏକ ମାନିଫେଷ୍ଟୋ କମିଟି ଗଠନ କରିଛି। ଏହି କମିଟିରେ ପି ଚିଦାମ୍ବରମଙ୍କ ନେତୃତ୍ୱରେ କରିବେ। ଟି.ଏସ୍ ସିଂଦେବଙ୍କୁ ଏହାର ସଂଯୋଜକ କରାଯାଇଛି। ଏହି କମିଟିରେ ପ୍ରିୟଙ୍କା ଗାନ୍ଧୀ, ସିଦ୍ଧରମୈୟା ଏବଂ ଶଶି ଥରୁରଙ୍କ ଭଳି ନେତାମାନେ ମଧ୍ୟ ସାମିଲ ଅଛନ୍ତି।

ନିକଟରେ ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ ବିଧାନସଭା ନିର୍ବାଚନରେ ଦଳକୁ ବଡ଼ ପରାଜୟର ସାମ୍ନା କରିବାକୁ ପଡିଥିଲା। ଏଥିରୁ ଶିକ୍ଷାଲାଭ କରି କଂଗ୍ରେସ ଆଗୁଆ ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତ ଆରମ୍ଭ କରିଛି। ଏହି କ୍ରମରେ ଦଳର ବରିଷ୍ଠ ନେତାମାନେ ଓଡ଼ିଶା, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟର ନେତା ମାନଙ୍କ ସହିତ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବୁଲୁଛି ମଣିଷମରା ହାତୀ, ଗାଈକୁ ଦଳି ମାରିଲା

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଖଣ୍ଡିକୋଟି, ବେଲାଟୁନି ଓ ଗୁଣ୍ଡିରିବାଡ଼ି ଅଞ୍ଚଳରେ ଅଲଗା ହୋଇ ବୁଲୁଥିବା ୩ଟି…

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ଏଇ ଭାରତରେ

ତାମିଲନାଡୁର ସତ୍ୟମଙ୍ଗଳମ୍‌ ବ୍ୟାଘ୍ର ସଂରକ୍ଷିତ ଜଙ୍ଗଲରେ ଲାଟାନା ଘାସ ଏବେ ଆଦିବାସୀଙ୍କ ପାଇଁ ଜୀବିକାର ସାହାରା ପାଲଟିଛି। କେବଳ ଏତିକି ନୁହେଁ ଜଙ୍ଗଳ ଅର୍ଥନୀତିକୁ ମଧ୍ୟ ସଶକ୍ତ…

ବିକାଶ ବେଦିରେ ବଳି

ଓଡ଼ିଶାର ଆଦିବାସୀମାନଙ୍କ ଅସ୍ତିତ୍ୱ ଦିନକୁ ଦିନ ଅଧିକ ବିପନ୍ନ ହେଉଥିବା ଦେଖିବାକୁ ମିଳୁଛି। ସେମାନଙ୍କର ମାଟି, ପାଣି, ଜଙ୍ଗଲ, ଝରଣା, ପାହାଡ଼ ଧୀରେ ଧୀରେ ସେମାନଙ୍କ କବଳରୁ…

ନିଜକୁ ଚିହ୍ନିବା

ଓଡ଼ିଆରେ ଗୋଟିଏ ଢଗ ଅଛି, ”ନିଜ ବୁଦ୍ଧିରେ ଶୃଗାଳ ହେବ ପଛେ, ପର ବୁଦ୍ଧିରେ ସିଂହ ହେବନାହିଁ।“ ଏହି ଢଗଟି ପରୋକ୍ଷରେ ପ୍ରସଙ୍ଗ ‘ନିଜକୁ ନିଜେ ଚିହ୍ନିବା’ର…

ଡାଟା ସେଣ୍ଟରକୁ ବିରୋଧ

ଦି ଗ୍ରେଟ୍‌ ରିପ୍ଲେସମେଣ୍ଟ’ ଧାରଣା ଦର୍ଶାଏ ଯେ ସ୍ଥାନୀୟ ଲୋକଙ୍କୁ ଉଦ୍ଦେଶ୍ୟମୂଳକ ଭାବରେ ପ୍ରବାସୀମାନଙ୍କ ଦ୍ୱାରା ହଟାଯାଉଛି। ଫ୍ରାନ୍ସର ଲେଖକ ରେନାଡ୍‌ କାମୁସ ଏହି ଶବ୍ଦ ପ୍ରଥମେ…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?