Posted inଜାତୀୟ

କଂଗ୍ରେସକୁ ସାମଗ୍ରିକ ନେତୃତ୍ୱ ଲୋଡ଼ା

ନୂଆଦିଲ୍ଲୀ,୧୭ା୩: କଂଗ୍ରେସକୁ ଆଗକୁ ବଢ଼ିବାକୁ ହେଲେ ଏକ ସାମଗ୍ରିକ ଓ ସାମୂହିକ ନେତୃତ୍ୱର ମଡେଲ ଆପଣାଇବାକୁ ପଡ଼ିବ ବୋଲି ବୁଧବାର ଜି-୨୩ ନେତାମାନେ ମତ ପ୍ରକାଶ କରିଛନ୍ତି।
ଜି-୨୩ ନାମରେ ପରିଚିତ କଂଗ୍ରେସର ଅସନ୍ତୁଷ୍ଟ ନେତାଙ୍କ ବୈଠକ ବୁଧବାର ବସିଛି। ଦଳର ବରିଷ୍ଠ ନେତା ଗୁଲାମନବୀ ଆଜାଦଙ୍କ ନୂଆଦିଲ୍ଲୀ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ନେତାମାନେ କଶ୍ମୀରୀ ଖାଦ୍ୟ ଖାଇବା ପରେ ଗାନ୍ଧୀ ପରିବାର ଆଗରେ ନିଜ ଆଭିମୁଖ୍ୟ ରଖିବା ଲାଗି ରଣନୀତି ସ୍ଥିର କରିଥିବା ଜଣାପଡ଼ିଛି। ବୈଠକ ପରେ ଗ୍ରୁପ୍‌-୨୩ ପକ୍ଷରୁ ଏକ ବିବୃତି ଜାରି କରାଯାଇଛି। ଏଥିରେ କୁହାଯାଇଛି ଯେ, କଂଗ୍ରେସକୁ ଆଗକୁ ବଢ଼ିବାକୁ ହେଲେ ସାମଗ୍ରିକ ଓ ସାମୁହିକ ନେତୃତ୍ୱର ମଡେଲ ଆପଣାଇବାକୁ ପଡ଼ିବ, ଯାହାକି ସବୁ ସ୍ତରରେ ନିଷ୍ପତ୍ତି ନେଇପାରୁଥିବ। ଭାଜପାକୁ ବିରୋଧ କରିବା ପାଇଁ କଂଗ୍ରେସ ପାର୍ଟିକୁ ମଜଭୁତ କରିବାକୁ ପଡ଼ିବ। କଂଗ୍ରେସ ୨୦୨୪ରେ ଏକ ବିଶ୍ୱସନୀୟ ବିକଳ୍ପର ପ୍ଲାଟଫର୍ମ ପ୍ରତିଷ୍ଠା ପାଇଁ ପଥ ପରିଷ୍କାର କରିବା ଲାଗି ସମଭାବାପନ୍ନ ଶକ୍ତିଗୁଡ଼ିକ ସହ ଆଲୋଚନା ଆରମ୍ଭ କରୁ ବୋଲି ଅସନ୍ତୁଷ୍ଟ ଗୋଷ୍ଠୀ ଦାବି କରିଛନ୍ତି। ଏଥିରେ କପିଲ ସିବଲ, ଆନନ୍ଦ ଶର୍ମା, ଭୂପିନ୍ଦର ସିଂ ହୁଡା, ପୃଥ୍ବୀରାଜ ଚଭନ, ମନୀଷ ତିଓ୍ବାରୀ, ଶଶୀ ଥରୁର, ବିବେକ ଟନ୍‌ଖା, ଅଖିଳେଶ ପ୍ରସାଦ ସିଂ ପ୍ରମୁଖ ଜି-୨୩ ନେତାଙ୍କ ସମେତ ଅନ୍ୟ କେତେଜଣ ନୂଆ ମୁହଁଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା। ସେମାନଙ୍କ ମଧ୍ୟରେ ମଣିଶଙ୍କର ଆୟାର, ପଟିଆଲା ଏମ୍‌ପି ତଥା ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସ୍ତ୍ରୀ ପ୍ରେନିତ୍‌ କୌର, ବରିଷ୍ଠ ନେତା ଜେ.ପି. କୁରିଏନ୍‌, ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜିନ୍ଦର କୌର ଭଟ୍ଟଲ, ରାଜ ବବ୍ବର, କୁଲଦୀପ ଶର୍ମା। ବୈଠକରେ ଶଙ୍କର ସିଂ ବାଘେଲା ଓ ସନ୍ଦୀପ ଦୀକ୍ଷିତଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା। ରବିବାର ଅନୁଷ୍ଠିତ କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି) ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଉକ୍ତ ବୈଠକରେ ନେତାମାନଙ୍କୁ ଅବଗତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆପ୍‌ ବ୍ୟବହାର କରିବାକୁ ଶିକ୍ଷକମାନଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ପ୍ରଶସ୍ତ’ (PRASHAST) ଆପ୍‌ ମାଧ୍ୟମରେ ସ୍କୁଲ ପିଲାମାନଙ୍କଠାରେ ଶିକ୍ଷଣ ଅକ୍ଷମତା ଏବଂ ଦିବ୍ୟାଙ୍ଗତାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ହିଁ ଚିହ୍ନଟ…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri