Posted inଜାତୀୟ

କଂଗ୍ରେସର ନୂଆ ଠିକଣା- ‘ଇନ୍ଦିରା ଭବନ’

ନୂଆଦିଲ୍ଲୀ,୧୫।୧: କଂଗ୍ରେସ ଦଳର ନୂଆ ଠିକଣା ’ଇନ୍ଦିରା ଭବନ’। ବୁଧବାର ଦଳର ନୂତନ ମୁଖ୍ୟାଳୟ ଉଦ୍‌ଘାଟିତ ହୋଇଛି। କଂଗ୍ରେସ ସଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ ଫିତା କାଟି ନୂତନ ମୁଖ୍ୟାଳୟର ଉଦଘାଟନ କରିଛନ୍ତି। ସେହିଭଳି ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖାର୍ଗେ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, କେସି ଭେନୁଗୋପାଳଙ୍କ ସମେତ ବହୁ ଦଳୀୟ ନେତା ଉପସ୍ଥିତ ଥିଲେ। ଆପଣଙ୍କୁ ଜଣାଇ ଦେଉଛୁ ଯେ କଂଗ୍ରେସ ମୁଖ୍ୟାଳୟର ନୂତନ ଠିକଣା ଏବେ ’ଇନ୍ଦିରା ଭବନ’ 9A କୋଟ୍‌ଲା ରୋଡ, ଯାହା ପୂର୍ବରୁ 24, ଆକବର ରୋଡ ଥିଲା। ଏହି କୋଠାର ଭିତ୍ତିପ୍ରସ୍ତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଏବଂ ସୋନିଆ ଗାନ୍ଧୀ ସ୍ଥାପନ କରିଥିଲେ। ପାଞ୍ଚ ମହଲା ବିଶିଷ୍ଟ ଏହି କୋଠାଟି ପରିବେଶ ଅନୁକୂଳ।ଏହାର ନିର୍ମାଣ କାର୍ଯ୍ୟ ୨୦୧୬ରେ ଆରମ୍ଭ ହୋଇଥିଲା ଏବଂ ୨୦୨୫ରେ ଶେଷ ହୋଇଥିଲା।

ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଇନ୍ଦିରା ଭବନକୁ ଦେଶ ପାଇଁ ଗଣତନ୍ତ୍ରର ପାଠଶାଳା ବୋଲି ଅବିହିତ କରିଛନ୍ତି। ସେହିଭଳି ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ରାୟବରେଲି ଏମ୍‌ପି ରାହୁଲ ଗାନ୍ଧୀ ଇନ୍ଦିରା ଭବନକୁ ତ୍ୟାଗ ଏବଂ କଠିନ ପରିଶ୍ରମର ପ୍ରତୀକ ଭାବରେ ବର୍ଣ୍ଣନା କରିଛନ୍ତି।
ନୂତନ ମୁଖ୍ୟାଳୟର ଉଦଘାଟନ ପାଇଁ ଦଳୀୟ ନେତାମାନଙ୍କୁ ସମ୍ବୋଧିତ କରିବା ସମୟରେ, ରାହୁଲ ଗାନ୍ଧୀ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଥିଲେ। ସେ ମହାରାଷ୍ଟ୍ର ଏବଂ ହରିୟାଣାର ନିର୍ବାଚନ ଫଳାଫଳ ବିଷୟରେ ମଧ୍ୟ କହିଥିଲେ। ସେ କହିଥିଲେ ଯେ ନିର୍ବାଚନରେ ସୱଚ୍ଛତା ସୁନିଶ୍ଚିତ କରିବା ନିର୍ବାଚନ କମିଶନର କର୍ତ୍ତବ୍ୟ, ଆମର ନିର୍ବାଚନ ବ୍ୟବସ୍ଥାରେ ଏକ ଗମ୍ଭୀର ସମସ୍ୟା ରହିଛି। ସେ କହିଛନ୍ତି ଯେ ମହାରାଷ୍ଟ୍ର, ହରିୟାଣା ବିଧାନସଭା ର୍ନିବାଚନର ତଥ୍ୟ ଆମକୁ ପ୍ରଦାନ କରିବା ର୍ନିବାଚନ କମିଶନର କର୍ତ୍ତବ୍ୟ, କିନ୍ତୁ ଏହା କରିବାକୁ ମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?