Posted inଜାତୀୟ

ସରକାରଙ୍କ ପ୍ରସ୍ତାବକୁ ବିରୋଧ, କଂଗ୍ରେସ୍‌ ଦେଲା ନୋଟିସ୍‌

ନୂଆଦିଲ୍ଲୀ, ୦୮।୦୮: ୱାକଫ ବୋର୍ଡ ଆଇନ୍‌ ସଂଶୋଧନ ବିଲକୁ ନେଇ ବିରୋଧ କରିବ କଂଗ୍ରେସ । ପାର୍ଟି ଏମ୍‌ପି ଇମ୍ରାନ ମାସୁଦ କହିଛନ୍ତି ଯେ ୱାକଫ ଆଇନ୍‌ ସଂଶୋଧନ ବିଲକୁ ସଂସଦରେ ବିରୋଧ କରାଯିବ। ଏଥି ସହ କର୍ଣ୍ଣାଟକ ସିଏମ ସିଦ୍ଧରମୈୟା କହିଛନ୍ତି ଯେ, ଏନଡିଏ ସରକାର ସଂଖ୍ୟାଲଘୁଙ୍କ ବିରୁଦ୍ଧରେ ଅଛନ୍ତି। ସେମାନେ ଧର୍ମନିରପେକ୍ଷତା ଏବଂ ସାମାଜିକ ନ୍ୟାୟ ସପକ୍ଷରେ ନାହାଁନ୍ତି। ଏଥି ସହ କଂଗ୍ରେସ ସାଂସଦ ପ୍ରମୋଦ ତିୱାରୀ କହିଛନ୍ତି ଯେ ଏହି ବିଲ ଆଣିବା ପୂର୍ବରୁ ସରକାର ମୁସଲମାନ ସଂଗଠନ ସହ କଥା ହେବା ଉଚିତ୍‌। ଯଦି ସରକାରଙ୍କ ଉଦ୍ଦେଶ୍ୟ ଠିକ ଅଛି, ତେବେ ପ୍ରଥମେ ବିଲ ଉପରେ ଆଲୋଚନା ହେବା ଉଚିତ୍‌।

ୱାକଫ ବୋର୍ଡକୁ ନିୟନ୍ତ୍ରଣ କରୁଥିବା ଆଇନରେ ସଂଶୋଧନ ସହ ଲୋକସଭାରେ ଏନେଇ ବିଲ ଆଗତ ହେବାକୁ କଂଗ୍ରେସ ବିରୋଧ କରୁଛି। ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଗୃହ କାର୍ଯ୍ୟ ଆରମ୍ଭ ପୂର୍ବରୁ ଗୁରୁବାର ସକାଳେ କଂଗ୍ରେସ ସାଂସଦମାନଙ୍କର ଏକ ବୈଠକ ଡାକିଥିଲେ । ଯେଉଁଥିରେ ୱାକଫ ବିଲ ସହିତ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। କଂଗ୍ରେସ ସାଂସଦ କେ.ସି ଭେନୁଗୋପାଲ ଏବଂ ହିବି ଇଡେନ ଲୋକସଭାରେ ଏହି ବିଲ ଆଗତ ହେବାକୁ ବିରୋଧ କରିବାକୁ ନିୟମ ୭୨ ଅନୁଯାୟୀ ଏକ ନୋଟିସ ଦେଇଛନ୍ତି।

ଇଡେନ ତାଙ୍କ ନୋଟିସ୍‌ରେ ଲେଖିଛନ୍ତି ଯେ ସେ ଏହି ବିଲ ପ୍ରଣୟନକୁ ବିରୋଧ କରୁଛନ୍ତି । କାରଣ ଏହା ଅସାମ୍ବିଧାନିକ । ଆଜି ସଂସଦର ତଳଗୃହରେ ମୁସଲିମ ୱାକଫ (ରଦ୍ଦ) ବିଲ ପ୍ରରିବର୍ତ୍ତନ କରିବାକୁ ପ୍ରସ୍ତାବ ଆଗତ ହେବାର କାର୍ଯ୍ୟସୂଚୀ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri