Posted inଜାତୀୟ

ତୁଟୁନି କଂଗ୍ରେସର କଳି, ରାଗିଗଲେ ଆନନ୍ଦ ଶର୍ମା

ନୂଆଦିଲ୍ଲୀ,୩ ।୨: କଂଗ୍ରେସର ଆଭ୍ୟନ୍ତରୀଣ କଳହ ଏବେବି ଜାରି ରହିଛି । ରାଜ୍ୟ ସଭାରେ ଦଳର ଉପନେତା ଆନନ୍ଦ ଶର୍ମା ରାଗି ଯାଇଥିବା ଜଣାପଡିଛି । ସେ ଦଳ ପକ୍ଷରୁ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଆଲୋଚନାରେ ଭାଗ ନେବାକୁ ଚାହୁଁ ନ ଥିଲେ । ଦଳ ନେତାଙ୍କ ସୂଚନା ଅନୁସାରେ ରାଜ୍ୟ ସଭାରେ କଂଗ୍ରେସକୁ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ କହିବାକୁ ୧୦୯ ମିନିଟର ସମୟ ଦିଆଯାଇଥିଲା । ଏଥିରୁ ପାଖାପାଖି ୧ଘଣ୍ଟା ସମୟ ବିରୋଧି ଦଳ ନେତା ମଲ୍ଲିକାର୍ଜୁନ ଖଡଗେ ନେଇ ଯାଇଥିଲେ । ସେଥିପାଇଁ ଆନନ୍ଦ ଶର୍ମା ରାଗି ଯାଇଥିଲେ । ହେଲେ ଏବେ ତାଙ୍କୁ ବୁଝାଇବାକୁ ଚେଷ୍ଟା କରାଯାଉଛି । ଦଳୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଖଡଗେଙ୍କୁ ଅଧ ଘଣ୍ଟାରେ ଭାଷଣ ଶେଷ କରିବାକୁ ସମୟ ଦିଆଯାଇଥିଲା । ସେହିପରି ଆନନ୍ଦ ଶର୍ମା ୨୫ ମିନିଟରେ ତାଙ୍କ ମତ ଦେବାକୁ କୁହାଯାଇଥିଲା । ଏପରି ହେବା ଦ୍ୱାରା ଅନ୍ୟ ଦଳର ଏମପିମାନେ ସେମାନଙ୍କ ମତ ରଖିପାରିବେ । ସଂସଦରେ ରଣନୀତି ସ୍ଥିର କରିବାକୁ ହୋଇଥିବା ବୈଠକରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଥିଲେ ସଂସଦରେ ନିର୍ଦ୍ଧାରିତ ସମୟ ମଧ୍ୟରେ ସମସ୍ତେ ସମସ୍ତଙ୍କ ଭାଷର ଦେବେ । ଯାହା ଫଳରେ ଅନ୍ୟ ନେତାଙ୍କୁ ସୁଯୋଗ ମିଳିବ ।

 


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri