Posted inଜାତୀୟ

Election Result Update: ତେଲଙ୍ଗାନାରେ ଏକତରଫା ବିଜୟ ହାସଲ କରିପାରେ କଂଗ୍ରେସ, ଗୋଟିଏ ଆସନରେ କେସିଆର୍‌ ପଛୁଆ

ହାଇଦ୍ରାବାଦ,୩।୧୨: ତେଲଙ୍ଗାନାର ୧୧୯ ବିଧାନସଭା ଆସନ ଲାଗି ରବିବାର ଭୋଟଗଣତି ଜାରି ରହିଛି। ମୁଖ୍ୟମନ୍ତ୍ରୀ କେସିଆର୍‌ ୨ ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି । ତାଜା ଆକଳନ ଅନୁଯାୟୀ ସେ ଗଜଓ୍ବେଲ ଆସନରେ ୩୦୨ ଭୋଟରେ ଆଗୁଆ ଅଛନ୍ତି। ହେଲେ କାମାରେଡିରେ ସେ ପଛରେ ଚାଲିଛନ୍ତି। ଏହି ଆସନରେ କେସିଆର୍‌ଙ୍କୁ କଂଗ୍ରେସର ରେବନ୍ତ ରେଡ୍ଡୀ କଡ଼ା ଟକ୍କର ଦେଇ ଆଗୁଆ ଚାଲିଛନ୍ତି।

ତେଲଙ୍ଗାନାରେ ଦଳଗୁଡ଼ିକୁ ବହୁମତ ଲାଗି ୬୦ ସିଟ୍‌ରେ ବିଜେତା ହେବା ଆବଶ୍ୟକତା ରହିଛି। ଏବେ କଂଗ୍ରେସ ୬୦ ସିଟ୍‌ରେ ଆଗୁଆ ଥିବାରୁ ରାଜ୍ୟରେ ଦଳ ଏକତରଫା ବିଜୟ ହାସଲ କରିପାରେ ବୋଲି ଅନୁମାନ କରାଯାଉଛି।

କହିରଖୁଛୁ, ରାଜସ୍ଥାନର ୧୯୯ ନିର୍ବାଚନମଣ୍ଡଳୀରେ ଭୋଟଗଣନା ହେଉଥିବା ବେଳେ ମଧ୍ୟପ୍ରଦେଶର ୨୩୦, ଛତିଶଗଡ଼ର ୯୦, ତେଲଙ୍ଗାନା ୧୧୯ ଆସନରେ ଭୋଟଗଣତି ହେଉଛି। ଗତ ୩୦ ତାରିଖରେ ତେଲଙ୍ଗାନା ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ ସର୍ଭେ ରିପୋର୍ଟ ପ୍ରକାଶ ପାଇଥିଲା। ଛତିଶଗଡ଼, ତେଲଙ୍ଗାନାରେ କଂଗ୍ରେସ ଏବଂ ମଧ୍ୟପ୍ରଦେଶ, ରାଜସ୍ଥାନରେ ଭାରତୀୟ ଜନତା ପାର୍ଟି(ଭାଜପା) ଜିତିପାରେ ବୋଲି ଅଧିକାଂଶ ଗଣମାଧ୍ୟମ ପ୍ରକାଶ କରିଥିଲେ। ସେହିଭଳି ମିଜୋରାମ ଭୋଟଗଣନା ୩ ପରିବର୍ତ୍ତେ ୪ ତାରିଖରେ କରିବା ଲାଗି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri