Posted inଜାତୀୟ

ଭାଜପା ପାଇଁ ଭୋଟ ମାଗୁଥିବା କୁନି ଝିଅକୁ ଦେଖି ଆଶ୍ଚର୍ଯ୍ୟ ହେଲେ ମୋଦି, କଂଗ୍ରେସ ଏହାକୁ କରିଛି ପ୍ରସଙ୍ଗ

ନୂଆଦିଲ୍ଲୀ,୨୨ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ ଲାଗି ଓଲଟା ଗଣତି ଆରମ୍ଭ ହୋଇଗଲାଣି । ଭୋଟିଂ ତାରିଖ ଯେତିକି ଯେତିକି ପାଖେଇ ଆସୁଛି ରାଜନୈତିକ ଦଳଙ୍କ ପ୍ରଚାର ଅଭିଯାନ ବି ସେତିକି ଯୋର ଧରୁଛି । ସବୁ ରାଜନୈତିକ ଦଳ ବିଜୟି ହେବା ପାଇଁ ସେମାନଙ୍କର ସମସ୍ତ ଶକ୍ତି ଲଗାଇ ଦେଇଛନ୍ତି । ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବି ପ୍ରଚାର କାର୍ଯ୍ୟରେ ଲାଗି ପଡିଛନ୍ତି । କ୍ୟାମ୍ପନିଂ ସମୟରେ ଭିନ୍ନ ଭିନ୍ନ ପ୍ରକାର ରଙ୍ଗ ଦେଖିବାକୁ ମିଳୁଛି ।
ଏହାରି ଭିତରେ ସୋମବାର ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି । ଉକ୍ତ ଭିଡିଓରେ ଜଣେ କୁନି ଝିଅ ଜଲଦି-ଜଲଦି ପ୍ରଭାବି ଶବ୍ଦରେ ଭାଜପାକୁ ସପୋର୍ଟ କରି ଗୁଜରାଟି ଭାଷାରେ ଭାଷଣ ଦେଉଥିବା ଦେଖାଯାଇଛି । ଶିଶୁ କନ୍ୟାଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବି ଦେଖିବାକୁ ମିଳିଛି । ସେ ଶିଶୁଟିର ଭାଷଣ ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି ।

ଉକ୍ତ ଭିଡିଓରେ କୁନି ଝିଅଟି କାନ୍ଧରେ ଭାଜପାର ଉତ୍ତରି ପକାଇଥିବା ବେଳେ ଅନର୍ଗଳ ଭାବେ ଭାଜପା ସପକ୍ଷରେ ଯେମିତିକି ଅଯୋଧ୍ୟାର ରାମ ମନ୍ଦିର, ଷ୍ଟାଚ୍ୟୁ ଅଫ ୟୁନିଟି ସମ୍ପର୍କରେ ଭାଜପାର ଉପଲବ୍ଧିକୁ ଗଣିବାରେ ଲାଗିଛି । ଏହି ଭାଷଣ ଶୁଣି ମୋଦି ଆଶ୍ଚର୍ଯ୍ୟ ହୋଇଯିବା ସହ କୁନି ଝିଅଟିର ଉତ୍ତରିୟରେ ଅଟୋଗ୍ରାଫ ଦେଇଛନ୍ତି ।
ଗୋଟିଏ ପଟେ ସୋସିଆଲ ମିଡିଆରେ ଏହି ଭିଡିଓକୁ ଲୋକେ ଏନଜୟ କରୁଥିବା ବେଳେ ଅନ୍ୟପଟେ କଂଗ୍ରେସ ଏହାକୁ ପ୍ରସଙ୍ଗ କରି ନେଇଛି । କଂଗ୍ରେସ ଏମପି ମଣିକମ ଟାଗୋର କହିଛନ୍ତି ନିର୍ବାଚନ ପ୍ରଚାର ପାଇଁ ନାବାଳିକା କନ୍ୟାକୁ ବ୍ୟବହାର କରିବା ଭୁଲ ।

 

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri