Posted inଜାତୀୟ

ଆର୍‌ବିଆଇ ନିର୍ଦ୍ଦେଶକୁ କଂଗ୍ରେସର ବିରୋଧ

ନୂଆଦିଲ୍ଲୀ,୧୫।୬(କୁଲ୍‌ଦୀପ୍‌ ସିଂ): ଜାଣିଶୁଣି ଋଣ ଖିଲାପ କରିଥିବା ବ୍ୟକ୍ତି ଓ ସଂସ୍ଥା ସହ ବୁଝାମଣା କରି ସେମାନଙ୍କ ଋଣକୁ ଫଇସଲା କରିବାକୁ ଗତ ୮ ତାରିଖରେ ଆର୍‌ବିଆଇ ବ୍ୟାଙ୍କ ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ବିରୋଧରେ କଂଗ୍ରେସ କେନ୍ଦ୍ର ସରକାରଙ୍କ ଉପରେ ବୁଧବାର ବର୍ଷିଛି। ଆର୍‌ବିଆଇ ଏହି ନିର୍ଦ୍ଦେଶର ତୁରନ୍ତ ପୁନର୍ବିଚାର କରିବା ପାଇଁ ଦଳ ଦାବି କରିଛି। ଏଥିସହ ଖିଲାପକାରୀଙ୍କ ସହ ଆପୋଷ ବୁଝାମଣା କରି କୋଣସି ଋଣ ସମାଧାନ ନ କରିବାକୁ ବ୍ୟାଙ୍କକୁ ନିର୍ଦ୍ଦେଶ ଦେବାକୁ ଦାବି କରାଯାଇଛି।

ଏଥିସହ ଆର୍‌ବିଆଇ ଉପରେ ଏହି ନିର୍ଦ୍ଦେଶ ସମ୍ପର୍କିତ କେନ୍ଦ୍ର ସରକାରଙ୍କ ପକ୍ଷରୁ କୌଣସି ଚାପ ରିହିଛି କି ସେ ସମ୍ପର୍କରେ ଜଣାଇବାକୁ କଂଗ୍ରେସ ଏମ୍‌ପି ଜୟରାମ୍‌ ରମେଶ କହିଛନ୍ତି। ଏଥିସହ ଏଭଳି ନିର୍ଦ୍ଦେଶ ଆର୍‌ବିଆଇ କାହିଁକି ଦେଲେ ସେ ସମ୍ପର୍କରେ ଜୟରାମ ଏକ ସ୍ପଷ୍ଟୀକରଣ ମାଗିଛନ୍ତି। ଜୟରାମ କହିଛନ୍ତି ଯେ, ଗତ ୨ବର୍ଷ ତଳେ ଆର୍‌ବିଆଇ ଏକ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରି ଜାଣିଶୁଣି ଖିଲାପ କରୁଥିବା ସଂସ୍ଥା ବା ବ୍ୟକ୍ତି ସହ କୌଣସି ପ୍ରକାରେ ଆପୋଷ ବୁଝାମଣା ନ କରିବା ସହ ସାନି ଋଣ ମଞ୍ଜୁର ନ କରିବାକୁ ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦେଇଥିଲେ। ଏବେ କିପରି ଆର୍‌ବିଆଇ ନିଜ ନିର୍ଦ୍ଦେଶକୁ ବଦଳାଉଛି ତାହା ଆଶ୍ଚର୍ଯ୍ୟ କରୁଛି ବୋଲି ଜୟରାମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri