Posted inଜାତୀୟ

ଆମେରିକା ସେଓ ଉପରୁ ଆମଦାନୀ ଶୁଳ୍କ ହ୍ରାସକୁ କଂଗ୍ରେସର ବିରୋଧ

ନୂଆଦିଲ୍ଲୀ,୧୩ା୯(ପି.ଟି.): ଆମେରିକୀୟ ସେଓ ଉପରୁ କେନ୍ଦ୍ର ସରକାର ଆମଦାନୀ ଶୁଳ୍କ ହ୍ରାସ କରିଥିବାରୁ ମଙ୍ଗଳବାର କଂଗ୍ରେସ ଏହାକୁ ବିରୋଧ କରିଛି। ଏଭଳି ନିଷ୍ପତ୍ତି ହିମାଚଳପ୍ରଦେଶ ଓ ଜମ୍ମୁ-କଶ୍ମୀରର ସେଓ ଉତ୍ପାଦନକାରୀଙ୍କ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ କହିଛି। ଶୁଳ୍କ ହ୍ରାସ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାକୁ ଉପହାର ଦେଉଥିବାବେଳେ ଦେଶରେ ସେଓ ଚାଷରେ ନିୟୋଜିତ କୃଷକମାନଙ୍କ ପ୍ରତି ଅନ୍ୟାୟ କରୁଥିବା ବିରୋଧୀ ଦଳ ଅଭିଯୋଗ କରିଛି। କେନ୍ଦ୍ର ସରକାରଙ୍କ ‘ଭୋକାଲ ଫର୍‌ ଲୋକାଲ’ ସ୍ଲୋଗାନ କୁଆଡ଼େ ଗଲା ବୋଲି କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନାଟେ ଏକ ଖବରଦାତା ସମ୍ମିଳନୀରେ ପ୍ରଶ୍ନ କରିଛନ୍ତି। ଆମେରିକା ସେଓ ଉପରେ ଆମଦାନୀ ଶୁଳ୍କ ରିହାତି ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର ଲାଗି ସେ ଦାବି କରିଛନ୍ତି। ବିଦେଶୀ ସେଓ ଆମଦାନୀ ପାଇଁ ରିହାତି ଦିଆଗଲେ ଜମ୍ମୁ-କଶ୍ମୀର, ହିମାଚଳପ୍ରଦେଶ ଏବଂ ଉତ୍ତରାଖଣ୍ଡର ଅର୍ଥନୀତି ବିପର୍ଯ୍ୟସ୍ତ ହୋଇପଡ଼ିବ ବୋଲି କଂଗ୍ରେସ କହିଛି। ସୂଚନାଯୋଗ୍ୟ, ଜି୨୦ ସମିଟ୍‌ ଅବସରରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିପାକ୍ଷିକ ବୈଠକ ପୂର୍ବରୁ କେନ୍ଦ୍ର ସରକାର ଆମେରିକାରୁ ଆସୁଥିବା ସେଓ, ଆଲମଣ୍ଡ, ଓ୍ବାଲ୍‌ନଟ୍‌ ଏବଂ ମସୁର ଡାଲି ଉପରୁ ଅତିରିକ୍ତ ଶୁଳ୍କ ହଟାଇଦେବାକୁ ଘୋଷଣା କରିଥିଲେ। ଆମେରିକା ଭାରତର କେତେକ ଇସ୍ପାତ ଓ ଆଲୁମିନିୟମ ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବାରୁ ଏହାର ଜବାବରେ ଭାରତ ୨୦୧୯ରେ ଆମେରିକାରୁ ଆସୁଥିବା ସାମଗ୍ରୀ ଉପରେ ଅତିରିକ୍ତ ଶୁଳ୍କ ଲଗାଇଥିଲା।
ଆମେରିକା ସେଓ ଉପରୁ ଆମଦାନୀ ଶୁଳ୍କ ହ୍ରାସ ଲାଗି ସରକାରଙ୍କ ନିଷ୍ପତ୍ତିକୁ ନ୍ୟାଶନାଲ୍‌ କନ୍‌ଫରେନ୍ସ ଅଧ୍ୟକ୍ଷ ଫାରୁକ ଅବଦୁଲା ଏବଂ ପିଡିପି ଅଧ୍ୟକ୍ଷା ମେହବୁବା ମୁଫ୍‌ତିଙ୍କ ସମେତ ଜମ୍ମୁ-କଶ୍ମୀରର ନେତାମାନେ ଦୃଢ଼ ବିରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?