ସରକାରୀ ଯୋଜନା ଅପବ୍ୟବହାରକୁ କଂଗ୍ରେସର ବିରୋଧ

କେନ୍ଦ୍ରାପଡ଼ା, ୧୫ା୭ (ଜଗନ୍ନାଥ ଧଳ): ସରକାରୀ ଯୋଜନାର ଅପବ୍ୟବହାର ହେଉଛି। ରାଜନୈତିକ ବାଛବିଚାର ଚାଲିଛି। ଯୋଜନାରେ ବହୁ ଅନିୟମିତା ବିଭାଗୀୟ ଓ ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟିକୁ ନିଆ ଯାଉଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଫଳରେ ସାଧାରଣ ଲୋକ ସୁଫଳ ପାଇବା ପରିବତ୍ତେ ରାଜନୈତିକ ଚାପରେ ଅଣନିଃଶ୍ୱସୀ ହୋଇଛନ୍ତି। ଏହିପରି ଅଭିଯୋଗ ଆଣି କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ଶୁକ୍ରବାର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଶୁକ୍ରବାର ଘେରାଉ କରିଛନ୍ତି। ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ହୋଇଥିବା ଏହି ବିକ୍ଷୋଭ ଓ ପ୍ରତିବାଦ ସଭାରେ ରାଜ୍ୟ ସରକାର, ସ୍ଥାନୀୟ ଶାସକ ଦଳର ଲୋକ ପ୍ରତିନିଧି ଓ ପ୍ରଶାସନିକ ଅଧିକାରୀଙ୍କୁ ସମାଲୋଚନା କରିଛନ୍ତି। ସଭାରେ ଜିଲା ସଭାପତି ଅଂଶୁମାନ ମହାନ୍ତି, ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମା, ଚିନ୍ମୟ ପ୍ରସାଦ ବେହୁରା, ବରିଷ୍ଠ ନେତା ପ୍ରଫୁଲ୍ଲ ଦାସ, ରତିକାନ୍ତ କାନୁନ୍‌ଗୋ, ଜୟନ୍ତ ମହାନ୍ତି, ବ୍ଲକ ସଭାପତି ଚିତ୍ରସେନ ପରିଡା, ନଗର ସଭାପତି ରାକେଶ ମହାନ୍ତି ପ୍ରମୁଖ ଭାଗ ନେଇଥିଲେ। ସେମାନେ ଦର୍ଶାଇଥିଲେ ଯେ, କେନ୍ଦ୍ରାପଡ଼ା ଜିଲାର ଆର୍ଥିକ ବିକାଶ ରାଜ୍ୟର ଅନ୍ୟ ଜିଲା ତୁଳନାରେ ବହୁ ପଛୁଆ ଅଛି। ସରକାରୀ ଯୋଜନାକୁ ଶାସକ ଦଳର ଲୋକ ପ୍ରତିନିଧି ହଡ଼ପ କରୁଛନ୍ତି। ସାଧାରଣ ଲୋକ ଖାଦ୍ୟ, ବାସସ୍ଥାନ, ପାନୀୟ ଜଳ ପରି ମୌଳିକ ସୁବିଧା ପାଇ ପାରୁନାହାନ୍ତି। ରାଜନୈତିକ ଆକ୍ରୋଶ ରଖାଯାଇ ଶାସକ ଦଳର ଲୋକ ପ୍ରତିନିଧି କାର୍ଯ୍ୟ କରୁଛନ୍ତି। ସେହିପରି ଉନ୍ନୟନ ଯୋଜନା ଅର୍ଥକୁ ପ୍ରଶାସନିକ ଅଧିକାରୀ, ଠିକା ସଂସ୍ଥା ଓ ସ୍ଥାନୀୟ ଶାସକ ଦଳର ଲୋକ ଭାଗବଣ୍ଟା କରି ନେଉଛନ୍ତି। ଫଳରେ ଆଖିବୁଜା ଦୁର୍ନୀତି ଯୋଗୁ ଯୋଜନା ଶ୍ରୀହୀନ ହେଉଛି। ଏହି ବିକ୍ଷୋଭ ପୂର୍ବରୁ ଜିଲା କଂଗ୍ରେସର ଏକ ରାଲି ଗରାପୁରଠାରୁ ବ୍ଲକ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri