Posted inଜାତୀୟ

ମହାମାରୀ ପରିଚାଳନାରେ ବିଫଳତା ସ୍ବୀକାର କଲା ମୋଦି ସରକାର

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋଭିନ୍ଦଙ୍କୁ ଇସ୍ତଫା ପତ୍ର ହସ୍ତାନ୍ତର କରିଥିଲେ ପୂର୍ବତନ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ। ଏହାକୁ କେନ୍ଦ୍ର କରି ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରକୁ ସମାଲୋଚନା କରିଛନ୍ତି କଂଗ୍ରେସ ନେତା ତଥା ରାଜ୍ୟସଭା ଏମ୍‌ପି ପି. ଚିଦାମ୍ବରମ।

”କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟବିଭାଗର ରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ହେଉଛି, ମୋଦି ସରକାର
ମହାମାରୀ ପରିଚାଳନା କ୍ଷେତ୍ରରେ ବିଫଳତାକୁ ଖୋଲାଖୋଲି ସ୍ବୀକାର କରିଛନ୍ତି“ ବୋଲି ଚିଦାମ୍ବରମ ଟୁଇଟ୍‌ କରି ଲେଖିଛନ୍ତି। ଏହି ଟୁଇଟ୍‌କୁ ରିଟୁଇଟ୍‌ କରି ଲେଖିଛନ୍ତି, ଏହି ସବୁ ଇସ୍ତଫା ହେଉଛି ମନ୍ତ୍ରୀମାନଙ୍କ ପାଇଁ ଏକ ବଡ଼ ଶିକ୍ଷା। ଯଦି ସବୁ କିଛି ଠିକ୍‌ ଚାଲେ, ତେବେ ପ୍ରଧାନମନ୍ତ୍ରୀ ମୋଦି ତା’ର ଶ୍ରେୟ ନେବେ। ବିଫଳ ହେଲେ ମନ୍ତ୍ରୀଙ୍କ ମୁଣ୍ଡରେ ଲଦିଯାଏ ଦୋଷ। ଅବିଶ୍ୱସନୀୟ ସେବା ପାଇଁ ଜଣେ ମନ୍ତ୍ରୀଙ୍କୁ ଏହି ମୂଲ୍ୟ ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

କନ୍ୟା ରାଶିରେ ବୁଧଙ୍କ ଗୋଚର: ୭ ସେପ୍ଟେମ୍ବରରୁ ଏହି ୫ ରାଶିଙ୍କ ଖୋଲିବ ଉନ୍ନତିର ରାସ୍ତା, ବଢ଼ିବ…

ବୈଦିକ ଜ୍ୟୋତିଷରେ ବୁଧଙ୍କୁ ବୁଦ୍ଧି, ବାଣୀ, ତର୍କ, ଗଣନା, ବ୍ୟବସାୟ ଓ ଯୋଗାଯୋଗର କାରକ ଗ୍ରହ ଭାବେ ମାନାଯାଏ। ତେଣୁ ବୁଧଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଜାତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri