ତାତିଲା କଂଗ୍ରେସ, ମୁଖ୍ୟମନ୍ତ୍ରୀଙ୍କ ଘରକୁ ଘେରି କଲା ଗର୍ଜନ

ଭୁବନେଶ୍ୱର,୧୩।୩: ତାରାଙ୍କ ନିଲମ୍ବନ ନେଇ ତାତିଲା କଂଗ୍ରେସ। ଏପଟେ ଗୃହରେ ବିରୋଧୀ ହଙ୍ଗାମା କରୁଥିବାବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘର ଘେରାଉ କରିଛି କଂଗ୍ରେସ। ଆରମ୍ଭରୁ ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି ଶାସକ ବିରୋଧୀ। ଗୃହ ମଧ୍ୟଭାଗକୁ ଆସି ବିରୋଧୀ ପ୍ରବଳ ହଟ୍ଟଗୋଳ କରିଛନ୍ତି। ଉଭୟ ବିଜେଡି-କଂଗ୍ରେସ ମିଶି ଏମିତି ପ୍ରତିବାଦ କଲେ ଯେ ବାଚସ୍ପତିଙ୍କୁ ଦୁଇ ଦୁଇ ଥର ଗୃହକୁ ମୁଲତବୀ ରଖିବାକୁ ପଡିଥିଲା। ପୋଲାଭରମ ପ୍ରସଙ୍ଗ ଆଲୋଚନା କରିବାକୁ ବିଜେଡି ଦାବି କରୁଥିବାବେଳେ ା ନାରୀ ର୍ନିଯାତନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କଲା କଂଗ୍ରେସ।

ତେବେ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ କଂଗ୍ରେସ ପଶିବାକୁ ଉଦ୍ୟମ କରଥିବାବେଳେ ପୋଲିସ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପ୍ରତିବାଦ କରିଛି। ମୁକେଶ ମହାଲିଙ୍ଗ ବୟାନକୁ ନେଇ ପ୍ରତିବାଦ କରିଛି କଂଗ୍ରେସ।

ତାରା  କହିଛନ୍ତି, ବିଧାନସଭାରେ ଜୟନାରାୟଣଙ୍କୁ କେବେ ମାରିଥିଲି ମୋର ମନେନାହିଁ। ତାଙ୍କର ପ୍ରଖର ସ୍ମରଣଶକ୍ତି। ସେ ମନେ ରଖିଥିବେ। ସରକାରଙ୍କର ମୋ ଉପରେ ଆଉ ମୋ ଦଳ ଉପରେ ଭାରି ଡର। ସେଥିପାଇଁ ସେ ଆମ ଉପରେ ଆକ୍ସନ ନେବାକୁ ବାଧ୍ୟ ହୋଇଛନ୍ତି। ତାଙ୍କର କେତେକ ମନ୍ତ୍ରୀ ଏବେ ଚାପରେ ଅଛନ୍ତି। ସେଦିନ ସେ ମୋର କଲର୍‌ ଧରିଥିଲେ। ହେଲେ ମୁଁ ମାଡପିଟ୍‌ ମୁଡ୍‌ରେ ନ ଥିଲି। ମୁଁ ମାରିଥିଲେ ଆଉ ରହି ନ ଥାନ୍ତେ।

କଂଗ୍ରେସ ସଦସ୍ୟ ବିଧାନସଭା ବୟକଟ କରି ଗୁରୁବାର ପୁଣି ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି। କଂଗ୍ରେସ ସଦସ୍ୟମାନେ ଆଜି ବି ପ୍ରଶ୍ନକାଳରେ ସାମିଲ ହୋଇନାହାନ୍ତି। କଳାପଟି ବାନ୍ଧି ଧାରଣାରେ ବସିଛନ୍ତି । ଏଥିରେ ସାମିଲ ହୋଇଛନ୍ତି ପିସିସି ସଭାପତି ଭକ୍ତ ଦାସ। ତାରାଙ୍କ ନିଲମ୍ବନ ପ୍ରତ୍ୟାହାର ଦାବିରେ କଂଗ୍ରେସ ଆଜି ମଧ୍ୟ ଅଡ଼ି ବସିଛି।

କଂଗ୍ରେସ ସଦସ୍ୟ ତାରାପ୍ରସାଦ ବାହିନୀପତିଙ୍କୁ ବିଧାନସଭାରୁ ୭ ଦିନ ଲାଗି ନିଲମ୍ବନ ଘଟଣାକୁ ତାଙ୍କ ଦଳ ସହଜରେ ଗ୍ରହଣ କରିନାହିଁ। ଶାସକ ଭାଜପା ଗୃହରେ ଏନେଇ ଆଣିଥିବା ମୋଶନକୁ ଗୃହରେ ବାଚସ୍ପତି ଗ୍ରହଣ କରିବା ଘଟଣାକୁ କଂଗ୍ରେସ ତୀବ୍ର ବିରୋଧ କରିବା ଆରମ୍ଭ କରିଛି। ଏହାପରଠାରୁ କଂଗ୍ରେସ ସଦସ୍ୟମାନେ ଗୃହ କାର୍ଯ୍ୟକୁ ବୟକଟ୍‌କରି ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଉଛନ୍ତି। ଅନ୍ୟପଟେ ଏହି ଘଟଣା ସମେତ ନାରୀ ନିର୍ଯାତନା ବିରୋଧରେ ଓ ନାରୀ ସଶକ୍ତୀକରଣକୁ ମୁଖ୍ୟ ପ୍ରସଙ୍ଗକରି ଆସନ୍ତା ୨୭ରେ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ କରାଯିବ। ଏନେଇ ବୁଧବାର କଂଗ୍ରେସ ଭବନଠାରେ ଆୟୋଜିତ ବୈଠକରେ ସର୍ବସମ୍ମତିକ୍ରମେ ନିଷ୍ପତ୍ତିି ହୋଇଛି। ଅନ୍ୟପଟେ ରାଜ୍ୟ ପ୍ରଭାରୀ ଅଜୟ କୁମାର ଲଲ୍ଲୁ ତାରାଙ୍କ ବାସଭବନରେ ତାଙ୍କୁ ଭେଟି ସମର୍ଥନ ଦେଇ ଫେରିଛନ୍ତି। ଏହାପରେ ତାରା ମଧ୍ୟ ଅଧିକ ଉତ୍ସାହିତ ହୋଇଥିବା ଜଣାଇଛନ୍ତି। ସେହିପରି ଏହି ଘଟଣାରେ ରାଜ୍ୟର ଏକମାତ୍ର କଂଗ୍ରେସ ଏମ୍‌ପି ସପ୍ତଗିରି ଉଲାକା ସଂସଦରେ ଉକ୍ତ ପ୍ରସଙ୍ଗ ଉଠାଇଛନ୍ତି। ସେ ପାର୍ଲାମେଣ୍ଟରେ କହିଛନ୍ତି, ରାଜ୍ୟ ବିଧାନସଭାରେ ନାରୀ ନିର୍ଯାତନା, ଅପରାଧ ପ୍ରସଙ୍ଗ ଉଠାଇବାରୁ ବିରୋଧୀଙ୍କୁ ଆକ୍ରମଣ କରାଯାଇଛି। ଏହା ଦୁର୍ଭାଗ୍ୟଜନକ ଘଟଣା ହୋଇଥିବା ବେଳେ ଏହାର ତଦନ୍ତ ଲାଗି ଏକ କମିଟି ଗଠନ କରିବାକୁ ସେ ଦାବି କରିଛନ୍ତି।
ସଭାପତି ଭକ୍ତ ଚରଣ ଦାସଙ୍କ ଅଧ୍ୟକ୍ଷତାରେ ବରିଷ୍ଠ କଂଗ୍ରେସ ନେତୃବୃନ୍ଦଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଭାରୀ ଲଲ୍ଲୁ ଓ ଅଖିଳ ଭାରତ କଂଗ୍ରେସ ସମ୍ପାଦିକା ରୋଜାଲୀନା ତିର୍କୀ ଯୋଗଦେଇଥିଲେ। ବୈଠକ ପରେ ଲଲ୍‌ୁ ଗଣମାଧ୍ୟମରେ ପ୍ରତିକ୍ରିୟା ରଖି କହିଛନ୍ତି, ରାଜ୍ୟରେ ୮ ମାସ ହେଲା ଚାଲିଥିବା ଭାଜପା ସରକାର ଅମଳରେ ବହୁ ମାତ୍ରାରେ ମହିଳାଙ୍କ ଉପରେ ନିର୍ଯାତନା ବଢ଼ିଚାଲିଛି। ଗୃହରେ ଏହି ପ୍ରସଙ୍ଗରେ କଂଗ୍ରେସ ସଦସ୍ୟମାନେ ପ୍ରଶ୍ନ କରୁଥିବାବେଳେ ତାରା ବାହିନୀପତିଙ୍କୁ ଗାଳିଦେଇ, ମାଡ଼ ମାରି ଶେଷରେ ନିଲମ୍ବିତ କରିଦିଆଗଲା। ଭାଜପା ଦିଲ୍ଲୀ ସମେତ ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ମଧ୍ୟ ଗଣତନ୍ତ୍ରର ହତ୍ୟା କରିଛି। ବୈଠକରେ କଂଗ୍ରେସର ସବୁ ନେତା ନିଷ୍ପତ୍ତି କଲେ ମହିଳାଙ୍କ ଅସ୍ମିତା ପାଇଁ ୨୭ରେ ବିଧାନସଭା ଘେରାଉ କରାଯିବ। ଭକ୍ତ ଚରଣ ଦାସ କହିଛନ୍ତି, ଓଡ଼ିଶାରେ ନାରୀଙ୍କ ପ୍ରତି ଅତ୍ୟାଚାର ଓ ଶିଶୁଙ୍କ ଉପରେ ଯାୈନ ଶୋଷଣ ସୀମା ଲଙ୍ଘିଛି। କଂଗ୍ରେସ ଏହାକୁ ଗୁରୁତ୍ୱର ସହ ନେଇ ରାଜ୍ୟବ୍ୟାପୀ ଜିଲାପାଳ କାର୍ଯ୍ୟାଳୟ ଘେରାଉ କରିବା ସହ ରାଜରାସ୍ତାକୁ ଓହ୍ଲାଇଛି। ବିଧାନସଭା ଭିତରେ କଂଗ୍ରେସର ବିଧାୟକମାନେ ଏହାର ପ୍ରତିବାଦ କରିବାକୁ ଗଲାବେଳେ ସେମାନଙ୍କ ଉପରେ ଆକ୍ରମଣ ଓ ବରିଷ୍ଠ ବିଧାୟକ ବାହିନୀପତିଙ୍କୁ ୭ ଦିନ ପାଇଁ ନିଲମ୍ବନ ଘଟଣାକୁ ସେ ନିନ୍ଦା କରିବା ସହିତ ଏହାର ଦୃଢ଼ ପ୍ରତିବାଦ କରାଯିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri