Posted inଜାତୀୟ

କଂଗ୍ରେସ ଦଳ ମାନସିକ ବ୍ୟାଧିଗ୍ରସ୍ତ,୨୦୧୪ ପରେ ଦେଶର ରାଜନୈତିକ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି ପ୍ରଧାନମନ୍ତ୍ରୀ: ନଡ୍ଡା…

ଚେନ୍ନାଇ,୧୯।୩ : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଡ. ଜେ.ପି. ନଡ୍ଡା ରବିବାର କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଭାଜପା ଯୁବ ମୋର୍ଚ୍ଚା ଦ୍ୱାରା ଆୟୋଜିତ ଯୁବ ସଂସଦକୁ ସମ୍ବୋଧିତ କରି ସେ କହିଛନ୍ତି, ରାହୁଲ ଗାନ୍ଧୀ ଗଣତନ୍ତ୍ରର ପ୍ରତ୍ୟେକ ସୀମା ଅତିକ୍ରମ କରିଛନ୍ତି। ଇଂଲଣ୍ଡକୁ ଯାଇ ସେ ଭାରତରେ ଗଣତନ୍ତ୍ର ବିପଦରେ ଥିବା କହିଛନ୍ତି । ଆଜି କଂଗ୍ରେସ ଦଳ ମାନସିକ ବ୍ୟାଧିଗ୍ରସ୍ତ।

ନଡ୍ଡା  କହିଛନ୍ତି, ’୨୦୧୪ ପୂର୍ବରୁ ଦେଶ କିପରି ଥିଲା? ଆମ ଦେଶ ଦୁର୍ନୀତିରେ ଭରି ରହିଥିଲା। ସରକାରୀ ନୀତି ପକ୍ଷାଘାତ ହୋଇଥିଲା ଏବଂ ତାମିଲନାଡୁ ଏକ ପଛୁଆ ରାଜ୍ୟ ଥିଲା। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱକୁ ଏକ ନୂଆ ରାସ୍ତା ଦେଖାଉଛି। ମୋଦି ଭାରତର ରାଜନୈତିକ ସଂସ୍କୃତିକୁ ପରିବର୍ତ୍ତନ କରିଛନ୍ତି।

ମୁଁ ଯୁବକମାନଙ୍କୁ ଦେଶର ପ୍ରତ୍ୟେକ କୋଣ ଅନୁକୋଣକୁ ଯାଇ ଭାରତୀୟ ରାଜନୀତିରେ ପ୍ରଧାନମନ୍ତ୍ରୀ ମୋଦି ଆଣିଥିବା ପରିବର୍ତ୍ତନ ବିଷୟରେ କହିବାକୁ ଅନୁରୋଧ କରୁଛି।’

ତାମିଲନାଡୁ  ପୁରାତନ ଭାଷା ପାଇଁ ଜଣାଶୁଣା। ତାମିଲନାଡୁର ମନ୍ଦିର, ଆଧ୍ୟାତ୍ମିକତା, ବେଦ ଭୂମି ଏବଂ ସାଂସ୍କୃତିକ ଐତିହ୍ୟ ପାଇଁ ଜଣାଶୁଣା। ଯେଉଁ ରାଜ୍ୟ ନିଜ ପରମ୍ପରା, ଇତିହାସ ଏବଂ ସଂସ୍କୃତି ସହିତ ନିଜକୁ ଅନ୍ତର୍ଭୁକ୍ତ କରିଛି ତାହା ହେଉଛି ତାମିଲନାଡୁର ଭୂମି। ’

ପ୍ରଧାନମନ୍ତ୍ରୀ କହିଥିଲେ, ଏକ ଯୁବ ସଂସଦ ମାଧ୍ୟମରେ ଆମ ଯୁବପିଢ଼ିଙ୍କ ଶକ୍ତିକୁ ଗଣତନ୍ତ୍ରକୁ ଆଗକୁ ବଢ଼ାଇବାରେ ବ୍ୟବହାର କରିବା। ଯାହାଦ୍ୱାରା ଦେଶର ବିକାଶ ସମ୍ଭବ ହୋଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri