ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ କରିଥିବା ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ ଉପରେ ଚଢ଼ି ଆଗକୁ ଯିବାକୁ କଂଗ୍ରେସ କର୍ମୀଙ୍କ ଉଦ୍ୟମ କରିଥିବା ବେଳେ ପୋଲିସ ଓ କର୍ମୀଙ୍କ ମଧ୍ୟରେ ଠେଲାପେଲା ହୋଇଛି।

ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁବଂଶଙ୍କ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)।

ମେଜର ସିଂ ଏବଂ ବାନ୍ଧବୀଙ୍କ ଓଡିଶା ପୋଲିସ୍ ହେପାଜତରେ ନିର୍ଯାତନା ଦିଆଯାଇଥିବା ଅଭିଯୋଗକୁ ନେଇ ଆୟୋଗ ୩ ଦିନ ମଧ୍ୟରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ରିପୋର୍ଟ ଦେବାକୁ କହିଛନ୍ତି ଏବଂ ଦାୟିତ୍ୱରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି।

ଏହାପୂର୍ବରୁ ବୁଧବାର ଡିଜିପି ଭରତପୁର ଥାନା ଆଇଆଇସି ସମେତ ପାଞ୍ଚ ଜଣ ପୋଲିସକୁ ନିଲମ୍ବନ କରିଥିଲେ ଏବଂ ଏହା ସହ ଉଭୟକଙ୍କୁ ଆକ୍ରମଣ କରିଥିବା ରୋଡ ରୋମିଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଏହି ମାମଲାରେ ଡିଜିପି ଆଇଆଇସି ଦିନକୃଷ୍ଣ ମିଶ୍ର, ଏସଆଇ ଵୈଶାଳିନୀ ପଣ୍ଡା, ଏଏସଆଇ ସାଲିମାମୟୀ ସାହୁ, ଏଏସଆଇ ସାଗାରିକା ରଥ ଏବଂ କନଷ୍ଟେବଳ ବଳରାମ ହାଣ୍ଡାଙ୍କୁ ନିଲମ୍ବନ କରାଯାଇଥିଲା।

ଏହା ସହ
ଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମ କ୍ୟାମେରା ସାମ୍ନାରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।

ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri