ବିଧାନସଭା ଘେରାଉ ପାଇଁ କଂଗ୍ରେସର ପ୍ରସ୍ତୁତି

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ) – ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆସନ୍ତା ୨୭ତାରିଖ ବିଧାନସଭା ଘେରାଉ କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବରଗଡ଼ ଜିଲା କଂଗ୍ରେସ କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହରଦୀପ ସିଂହଙ୍କ ସଭାପତିତ୍ୱରେ ଅମ୍ବାପାଲିସ୍ଥିତ ସର୍କିଟ ହାଉସଠାରେ ପ୍ରସ୍ତୁତି ବୈଠକରେ ବିଧାନସଭା ଘେରାଉ ରୂପରେଖ ଉପରେ ଆଲୋଚନା ହୋଇଥିଲା। ବୈଠକରେ ଦଳୀୟ ନେତାମାନେ କହିଥିଲେ, ରାଜ୍ୟରେ ମହିଳା ଚାଲାଣ, ଗଣବଳାତ୍କାର, ବଳାତ୍କାର ଆଦି ଅନୀତି କାର୍ଯ୍ୟ ବିରୋଧରେ ସ୍ବର ଉତ୍ତୋଳନ କରିବା କାରଣରୁ ବରିଷ୍ଠ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ବିଧାନସଭା ଗୃହରେ ଶାରୀରିକ ଆକ୍ରମଣ କରିବା ଏବଂ ପରବର୍ତ୍ତୀ ସମୟରେ ୭ ଦିନ ପାଇଁ ନିଲମ୍ବନ କରାଯାଇଥିଲା। ଏହାର ପ୍ରତିବାଦରେ ଆସନ୍ତା ୨୭ତାରିଖରେ ବିଧାନସଭା ଘେରାଉ କରାଯିବ। ବୈଠକରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ନିଯୁକ୍ତ ପର୍ଯ୍ୟବେକ୍ଷକ ମହମ୍ମଦ ଅକବର ଖାନ ଏବଂ ପ୍ରବକ୍ତା ଘାସିରାମ ମାଝି ଯୋଗଦାନ କରିଥିଲେ। ଦଳର ବରିଷ୍ଠ ନେତା ଯୁଗଳ ପ୍ରସାଦ ସିଂହ, ସରୋଜ କୁମାର ଷଡ଼ଙ୍ଗୀ, ବ୍ରହ୍ମା ମହାକୁଡ଼, କିଶୋର ଦଫାଦାର, ନିପନ କୁମାର ଦାଶ, ଟଙ୍କଧର ସାହୁ, ଅଭିଷେକ ସେଠ, ଅନନ୍ତ ସୟନ ପାଢ଼ୀ, ଅମିତ ଆଚ଼ାର୍ଯ୍ୟ, ସୁନୀତା ବାଗ, ନିଲିମା ଅଗ୍ରୱାଲ, ଭାବନା ଭୋସାଗର, ବବିତା ଗୁଆଲ, ଦିଲୀପ ନନ୍ଦ, ଚୂଡାମଣି ସାହୁ, ଶ୍ୟାମ ଅଗ୍ରୱାଲ, ପାଣ୍ଡବ କର୍ଣ୍ଣ, ଦିଲୀପ କୁମାର ଦାଶ, ଏକାଦଶିଆ ମାଝି, ଚିନ୍ତାମଣି ସାହୁ, ନରେନ୍ଦ୍ର ମେହେର, ତୁଲସୀରାମ ବେହେରା, ମୁଜାଫର ହୁସେନ, ସୁଶୀଲ କୁମାର ଭୋଇ, ଆନନ୍ଦ ପ୍ରଧାନ, ବିଜୟାନନ୍ଦ ପଟ୍ଟନାୟକ, ବିକାଶ ବହିଦାର, ରଞ୍ଜନ ସେଠୀ, ପପୁ କୁମ୍ଭାର, ଉମାକାନ୍ତ ଭୋଇ, ଅନନ୍ତ ତାଣ୍ଡି, ଶୁଭେନ୍ଦୁ ସାହୁ, ରମେଶ ପଣ୍ଡା, ନାରାୟଣ ମେହେର, ସୁଶାନ୍ତ ସାହୁ, ମାଧବ ସାହୁ, କ୍ଷୀରସିନ୍ଧୁ ଡାଙ୍ଗ, ଗୋବିନ୍ଦ ମେହେର, ରଥି କୁମ୍ଭାର, ବରଣ ସାଗର, ମଗଶିର ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା କଂଗ୍ରେସ ସାଧାରଣ ସମ୍ପାଦକ ପ୍ରତାପ ଚନ୍ଦ୍ର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri