Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ

ନୂଆଦିଲ୍ଲୀ,୨୪ ।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ଶନିବାରଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ବହୁ ପ୍ରତିକ୍ଷା ଓ ଟଣାଭିଡା ପରେ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ବହୁ ବର୍ଷ ପରେ ଏମିତି ହେଉଛି ଯେ ଗାନ୍ଧୀ ପରିବାରର କୌଣସି ସଦସ୍ୟ ଏହି ନିର୍ବାଚନରେ ଭାଗ ନେଉ ନାହାନ୍ତି । ଅଧ୍ୟକ୍ଷ ପଦ ପାଇଁ ଦୁଇଟି ନାମ ଆଗରେ ଥିବା ବେଳେ ଏମାନେ ନିର୍ବାଚନ ଲଢିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି ବୋଲି କୁହାଯାଉଛି । ତେବେ ୨-୩ ଦିନ ମଧ୍ୟରେ ସବୁ ସ୍ପଷ୍ଟ ହୋଇଯିବ । କିଏ ଅଧ୍ୟକ୍ଷ ପଦପାଇଁ ଦାବି କରିବେ ଓ କିଏ ଏଥିରେ ବାଜି ମାରିବେ ।
ଅଧ୍ୟକ୍ଷ ପଦ ପାଇଁ ପ୍ରାର୍ଥୀଙ୍କ କଥା ଆଲୋଚନା କଲେ ଏହି ରେସରେ ସବୁଠାରୁ ଆଗରେ ଦୁଇ ଜଣଙ୍କ ନାମ ରହିଛି । ସବୁଠୁ ଆଗରେ ଅଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ । ଏମିତିବି ଗେହଲୋଟ କହିସାରିଛନ୍ତି ଯେ ପାର୍ଟି ହାଇକମାଣ୍ଡ ତାଙ୍କୁ ଯେଉଁ ଦାୟିତ୍ୱ ଦେବେ ତାକୁ ସେ ଗ୍ରହଣ କରିବେ । ଅନ୍ୟପଟେ ଏହି ରେସର ଦ୍ୱିତୀୟ ସ୍ଥାନରେ ରହିଛନ୍ତି ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର । ସେ ଅଧ୍ୟକ୍ଷ ପ୍ରାର୍ଥ ହେବା ପଛରେ ଅନେକ କାରଣ ରହିଛି । ଏସବୁ ଭିତରେ ମନିଷ ତିୱାରୀ ବି ଅଧ୍ୟକ୍ଷ ପଦ ଲାଗି ପ୍ରାର୍ଥିପତ୍ର ଦାଖଲ କରିପାରନ୍ତି ବୋଲି କୁହାଯାଉଛି । ତେବେ ବେଶ କିଛି ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ କେହି କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିବାକୁ ଯାଉଥିବାରୁ ଏହାକୁ ନେଇ ଚର୍ଚ୍ଚା ଯୋର ଧରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧିନତା ଦାବିରେ  ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri