Posted inଜାତୀୟ

ଆସନ୍ତା ମେ’ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ

ନୂଆଦିଲ୍ଲୀ,୨୨।୧: କଂଗ୍ରେସର କାର୍ଯ୍ୟକାରିଣୀ କମିଟି (ସିଡବ୍ଲୁସି) ବୈଠକରେ ଶୁକ୍ରବାର ଏକ ବଡ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ମେ’ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଏହି ବୈଠକରେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଛି। ଏବର୍ଷ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ ଦଳର ନୂତନ ସଭାପତି ନିର୍ବାଚନକୁ ଅନୁଷ୍ଠିତ ହେବ। ସୂଚନାଯୋଗ୍ୟ, ଶୁକ୍ରବାର ଭିଡିଓ କନଫରେନ୍ସଂ ଜରିଆରେ କଂଗ୍ରେସର କାର୍ଯ୍ୟକାରିଣୀ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଥିଲା। ବୈଠକ ଆରମ୍ଭରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମୋଦି ସରକାରଙ୍କ ଉପରେ ବର୍ଷିଥିଲେ। ସେ କହିଥିଲେ, ଭାଜପା ସହରକାର ଅହଙ୍କାରର ସବୁ ସୀମା ପାର୍‌ କରିଛି। କୃଷି ଆଇନକୁ ସରକାର ଖୁବଶୀଘ୍ର ପାସ୍‌ କରାଇ ଦେଇଥିଲେ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ରାହୁଲ ଗାନ୍ଧୀ ସଭାପତି ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ସୋନିଆ ଗାନ୍ଧୀଙ୍କୁ ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଥିଲା। ବିହାର ବିଧାନସଭା ନିର୍ବାଚନରେ ଏବଂ କେତେକ ରାଜ୍ୟରେ ଉପ-ନିର୍ବାଚନରେ କଂଗ୍ରେସର ଖରାପ ପ୍ରଦର୍ଶନ ପରେ ଗୁଲାମ ନବୀ ଆଜାଦ ଏବଂ କପିଲ ସିବଲଙ୍କ ପରି କେତେକ ବରିଷ୍ଠ ନେତା ଦଳର ସକ୍ରିୟ ଅଧ୍ୟକ୍ଷ ନିଯୁକ୍ତି ପାଇଁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?