Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଗୁରୁତ୍ୱପୂର୍ଣ୍ଣ ଦିନ, ଶଶି ଥରୁର-ଦିଗବିଜୟ ସିଂ କରିପାରନ୍ତି ପ୍ରାର୍ଥିପତ୍ର ଦାଖଲ

ନୂଆଦିଲ୍ଲୀ,୨୯ ।୯: କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ଏବେବି ସସପେନ୍ସ ଜାରି ରହିଛି । ବୁଧବାର ବିଳମ୍ବିତ ସନ୍ଧ୍ୟାରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଅଶୋକ ଗେହଲୋଟ ନୂଆଦିଲ୍ଲୀ ପହଞ୍ଚିଛନ୍ତି । ସେ ଗୁରୁବାର ସୋନିଆ ଗାନ୍ଧୀଙ୍କୁ ଭେଟିବେ । ଅଧ୍ୟକ୍ଷ ପଦର ଦାବିଦାର କୁହାଯାଉଥିବା ଦିଗବିଜୟ ସିଂ ଏବେ ଦିଲ୍ଲୀରେ ଅଛନ୍ତି । କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ ୩୦ ସେପ୍ଟେମ୍ବର ରହିଛି । ହେଲେ ଏପର୍ଯ୍ୟନ୍ତ ସ୍ଥିର ହୋଇପାରୁନି କଂଗ୍ରେସ ଅଧ୍ୟକ୍ଷ କିଏ ହେବେ । ଏବେ ସମସ୍ତଙ୍କ ନଜର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଉପରେ । ଆଶୋକ ଗେହଲୋଟଙ୍କୁ ନେଇ ସମସ୍ତ କଳ୍ପନା ସେତେବେଳେ ଓଲଟ ପାଲଟ ହୋଇଗଲା ଯେତେବେଳେ ରାଜସ୍ଥାନର ୮୨ ବିଧାୟକ ସଚ୍ଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ନ କରିବାକୁ ସ୍ପିକରଙ୍କ ନିକଟରେ ନିଜ ନିଜର ଇସ୍ତଫା ପ୍ରଦାନ କଲେ । ଏବେ ସୋନିଆ ଗାନ୍ଧୀଙ୍କ ନିଷ୍ପତ୍ତି ଅନୁଯାୟୀ, ଗେହଲୋଟ କଂଗ୍ରେସ ଅଧ୍ୟକ୍ଷ ହେବେ କି ନା ତାହା ସ୍ପଷ୍ଟ ହେବ । ଏପଟେ ପ୍ରିୟଙ୍କା ଗାନ୍ଧୀଙ୍କୁ ଅଧ୍ୟକ୍ଷ ପଦ ଦେବାକୁ କଥା ଉଠିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri