Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଖର୍ଗେଙ୍କ ସହ ପ୍ରତିଦ୍ୱନ୍ଦିତା କରିବେ ଥରୁର, କେଏନ ତ୍ରିପାଠୀଙ୍କ ପ୍ରାର୍ଥିପତ୍ର ରଦ୍ଦ

ନୂଆଦିଲ୍ଲୀ,୧ ।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ମଲ୍ଲିକାର୍ଜୁନ ଖର୍ଗେ ଓ ଶଶି ଥରୁରଙ୍କ ମଧ୍ୟରେ ଲଢେଇ ହେବ । କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ କେବଳ ଏହି ୨ ପ୍ରାର୍ଥୀ ରହିବେ ବୋଲି ଜଣାପଡିଛି । କାରଣ ଏଥିପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିବା କଂଗ୍ରେସ ନେତା କେଏନ ତ୍ରିପାଠିଙ୍କ ପ୍ରାର୍ଥିପତ୍ର ରଦ୍ଦ ହୋଇଯାଇଛି । କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ୧୭ ଅକ୍ଟୋବରରେ ନିର୍ବାଚନ ହେବାକୁ ଥିବା ବେଳେ ୧୯ ଅକ୍ଟୋବରରେ ଫଳାଫଳ ପ୍ରକାଶ ପାଇବ ।

କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ ପ୍ରାଧିକରଣର ଅଧ୍ୟକ୍ଷ ମଧୁସୂଦନ ମିସ୍ତ୍ରୀ କହିଛନ୍ତି କଂଗ୍ରେସର ୨ ଜଣ ପ୍ରାର୍ଥୀ ଅଧ୍ୟକ୍ଷ ପଦ ନିର୍ବାଚନରେ ଠିଆ ହେବେ । ୮ ଅକ୍ଟୋବର ମଧ୍ୟରେ ପ୍ରାର୍ଥିପତ ପ୍ରତ୍ୟାହାର କରାଯାଇ ପାରିବ । ଆଜି ୨ ଜଣ ପ୍ରାର୍ଥୀ ସାମ୍ନାସାମ୍ନି ଥିବା ବେଳେ ବାକି ଚିତ୍ର ୮ ତାରିଖ ପରେ ସ୍ପଷ୍ଟ ହେବ । କେହି ପ୍ରାର୍ଥିପତ୍ର ପ୍ରତ୍ୟାହାର ନ କଲେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ ।
ମଧୁସୂଦନ ମିସ୍ତ୍ରୀ କହିଛନ୍ତି ଶୁକ୍ରବାର ସୁଦ୍ଧା ୨୦ଟି ଫର୍ମ ଜମା ହୋଇଛି । ଏଥିମଧ୍ୟରୁ ସ୍କୁଟିନି କମିଟି ହସ୍ତାକ୍ଷର ସମସ୍ୟାକୁ ନେଇ ୪ଟି ଫର୍ମକୁ ଖାରଜ କରି ଦେଇଛନ୍ତି । ଏହାରି ଭିତରେ କେଏନ ତ୍ରିପାଠୀଙ୍କ ପ୍ରାର୍ଥିପତ୍ରକୁ ବି ଖାରଜ କରି ଦିଆଯାଇଛି । କାରଣ ଏହା ନିର୍ଦ୍ଧାରିତ ମାନଦଣ୍ଡ ପୂରଣ କରି ନ ଥିଲା । ଏଥିରେ ହସ୍ତାକ୍ଷର ସମ୍ବନ୍ଧିୟ ସମସ୍ୟା ଥିଲା । ଏବେ ଏହି ଅଧ୍ୟକ୍ଷ ପଦ ରେସରେ ଦୁଇ ଜଣ ଦାବିବାର ମଲ୍ଲିକାର୍ଜୁନ ଖର୍ଗେ ଓ ଶଶି ଥରୁର ରହିଛନ୍ତି । ଏବେ ଆଲୋଚନା ହେଉଛି ମଲ୍ଲିକାର୍ଜୁନ ହୋଇ ପାରନ୍ତି କଂଗ୍ରେସ ଅଧ୍ୟକ୍ଷ ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri