Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଖର୍ଗେଙ୍କ ସହ ପ୍ରତିଦ୍ୱନ୍ଦିତା କରିବେ ଥରୁର, କେଏନ ତ୍ରିପାଠୀଙ୍କ ପ୍ରାର୍ଥିପତ୍ର ରଦ୍ଦ

ନୂଆଦିଲ୍ଲୀ,୧ ।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ମଲ୍ଲିକାର୍ଜୁନ ଖର୍ଗେ ଓ ଶଶି ଥରୁରଙ୍କ ମଧ୍ୟରେ ଲଢେଇ ହେବ । କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ କେବଳ ଏହି ୨ ପ୍ରାର୍ଥୀ ରହିବେ ବୋଲି ଜଣାପଡିଛି । କାରଣ ଏଥିପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିବା କଂଗ୍ରେସ ନେତା କେଏନ ତ୍ରିପାଠିଙ୍କ ପ୍ରାର୍ଥିପତ୍ର ରଦ୍ଦ ହୋଇଯାଇଛି । କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ୧୭ ଅକ୍ଟୋବରରେ ନିର୍ବାଚନ ହେବାକୁ ଥିବା ବେଳେ ୧୯ ଅକ୍ଟୋବରରେ ଫଳାଫଳ ପ୍ରକାଶ ପାଇବ ।

କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ ପ୍ରାଧିକରଣର ଅଧ୍ୟକ୍ଷ ମଧୁସୂଦନ ମିସ୍ତ୍ରୀ କହିଛନ୍ତି କଂଗ୍ରେସର ୨ ଜଣ ପ୍ରାର୍ଥୀ ଅଧ୍ୟକ୍ଷ ପଦ ନିର୍ବାଚନରେ ଠିଆ ହେବେ । ୮ ଅକ୍ଟୋବର ମଧ୍ୟରେ ପ୍ରାର୍ଥିପତ ପ୍ରତ୍ୟାହାର କରାଯାଇ ପାରିବ । ଆଜି ୨ ଜଣ ପ୍ରାର୍ଥୀ ସାମ୍ନାସାମ୍ନି ଥିବା ବେଳେ ବାକି ଚିତ୍ର ୮ ତାରିଖ ପରେ ସ୍ପଷ୍ଟ ହେବ । କେହି ପ୍ରାର୍ଥିପତ୍ର ପ୍ରତ୍ୟାହାର ନ କଲେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ ।
ମଧୁସୂଦନ ମିସ୍ତ୍ରୀ କହିଛନ୍ତି ଶୁକ୍ରବାର ସୁଦ୍ଧା ୨୦ଟି ଫର୍ମ ଜମା ହୋଇଛି । ଏଥିମଧ୍ୟରୁ ସ୍କୁଟିନି କମିଟି ହସ୍ତାକ୍ଷର ସମସ୍ୟାକୁ ନେଇ ୪ଟି ଫର୍ମକୁ ଖାରଜ କରି ଦେଇଛନ୍ତି । ଏହାରି ଭିତରେ କେଏନ ତ୍ରିପାଠୀଙ୍କ ପ୍ରାର୍ଥିପତ୍ରକୁ ବି ଖାରଜ କରି ଦିଆଯାଇଛି । କାରଣ ଏହା ନିର୍ଦ୍ଧାରିତ ମାନଦଣ୍ଡ ପୂରଣ କରି ନ ଥିଲା । ଏଥିରେ ହସ୍ତାକ୍ଷର ସମ୍ବନ୍ଧିୟ ସମସ୍ୟା ଥିଲା । ଏବେ ଏହି ଅଧ୍ୟକ୍ଷ ପଦ ରେସରେ ଦୁଇ ଜଣ ଦାବିବାର ମଲ୍ଲିକାର୍ଜୁନ ଖର୍ଗେ ଓ ଶଶି ଥରୁର ରହିଛନ୍ତି । ଏବେ ଆଲୋଚନା ହେଉଛି ମଲ୍ଲିକାର୍ଜୁନ ହୋଇ ପାରନ୍ତି କଂଗ୍ରେସ ଅଧ୍ୟକ୍ଷ ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri