Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ: ମଲ୍ଲିକାର୍ଜୁନ ଖଡଗେ କରିପାରନ୍ତି ପ୍ରାର୍ଥିପତ୍ର ଦାଖଲ

ନୂଆଦିଲ୍ଲୀ,୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ରେସରେ ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେ ବି ସାମିଲ ହୋଇପାରନ୍ତି ବୋଲି ଜଣାପଡିଛି । ଏହା ଜଣାପଡିବା ପରେ ଏବେ କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ଆହୁରି ରୋମାଞ୍ଚକର ପରିସ୍ଥିତିରେ ପହଞ୍ଚିଛି । ଦଳର ଜଣେ ବରିଷ୍ଠ ନେତା ବିଶେଷ ସୂତ୍ରର ସୂଚନା ଅନୁଯାୟୀ ମଲ୍ଲିକାର୍ଜୁନ ଏହି ନିର୍ବାଚନ ଲଢି ପାରନ୍ତି ବୋଲି ସୂଚନା ଦେଇଥିଲେ ।

ଗାନ୍ଧୀ ପରିବାରରୁ ସମର୍ଥନ ମିଳିବା ପରେ ମଲ୍ଲିକାର୍ଜୁନ ଶୁକ୍ରବାର ଅର୍ଥାତ୍ ୩୦ ସେପ୍ଟେମ୍ବରରେ ଅଧ୍ୟକ୍ଷ ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିପାରନ୍ତି । ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଓ କଂଗ୍ରେସ ଏମ୍‌ପି ଶଶି ଥରୁର ବି ଶୁକ୍ରବାର ସେମାନଙ୍କ ପ୍ରାର୍ଥିପତ୍ର ଦାଖଲ କରିବେ ।
ଶଶି ଥରୁର ଓ ଦିଗବିଜୟ ସିଂଙ୍କ ପରେ କଂଗ୍ରେସର ଅସନ୍ତୁଷ୍ଟ ନେତାମାନଙ୍କ ଜି-୨୩ ଗ୍ରୁପର ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହା ଆନନ୍ଦ ଶର୍ମାଙ୍କ ଘରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ମନିଷ ତିୱାରୀ, ପୃଥ୍ୱିରାଜ ଚୌହାନ, ଭୁପେନ୍ଦ୍ର ହୁଡ୍ଡା ସମେତ ପ୍ରାୟ ସମସ୍ତ ନେତା ସାମିଲ ହୋଇଥିଲେ । ମିଳିଥିବା ସୂଚନା ଅନୁଯାୟୀ, ଜି-୨୩ ଗ୍ରୁପର ବି କେତେଜଣ ନେତା କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ପ୍ରାର୍ଥିପତ ଦାଖଲ କରିପାରନ୍ତି । ଶୁକ୍ରବାର ଜି-୨୩ ଗ୍ରୁପର ଆଉ ଏକ ବୈଠକ ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri