Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ: ମଲ୍ଲିକାର୍ଜୁନ ଖଡଗେ କରିପାରନ୍ତି ପ୍ରାର୍ଥିପତ୍ର ଦାଖଲ

ନୂଆଦିଲ୍ଲୀ,୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ରେସରେ ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେ ବି ସାମିଲ ହୋଇପାରନ୍ତି ବୋଲି ଜଣାପଡିଛି । ଏହା ଜଣାପଡିବା ପରେ ଏବେ କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ଆହୁରି ରୋମାଞ୍ଚକର ପରିସ୍ଥିତିରେ ପହଞ୍ଚିଛି । ଦଳର ଜଣେ ବରିଷ୍ଠ ନେତା ବିଶେଷ ସୂତ୍ରର ସୂଚନା ଅନୁଯାୟୀ ମଲ୍ଲିକାର୍ଜୁନ ଏହି ନିର୍ବାଚନ ଲଢି ପାରନ୍ତି ବୋଲି ସୂଚନା ଦେଇଥିଲେ ।

ଗାନ୍ଧୀ ପରିବାରରୁ ସମର୍ଥନ ମିଳିବା ପରେ ମଲ୍ଲିକାର୍ଜୁନ ଶୁକ୍ରବାର ଅର୍ଥାତ୍ ୩୦ ସେପ୍ଟେମ୍ବରରେ ଅଧ୍ୟକ୍ଷ ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିପାରନ୍ତି । ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ଓ କଂଗ୍ରେସ ଏମ୍‌ପି ଶଶି ଥରୁର ବି ଶୁକ୍ରବାର ସେମାନଙ୍କ ପ୍ରାର୍ଥିପତ୍ର ଦାଖଲ କରିବେ ।
ଶଶି ଥରୁର ଓ ଦିଗବିଜୟ ସିଂଙ୍କ ପରେ କଂଗ୍ରେସର ଅସନ୍ତୁଷ୍ଟ ନେତାମାନଙ୍କ ଜି-୨୩ ଗ୍ରୁପର ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହା ଆନନ୍ଦ ଶର୍ମାଙ୍କ ଘରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ମନିଷ ତିୱାରୀ, ପୃଥ୍ୱିରାଜ ଚୌହାନ, ଭୁପେନ୍ଦ୍ର ହୁଡ୍ଡା ସମେତ ପ୍ରାୟ ସମସ୍ତ ନେତା ସାମିଲ ହୋଇଥିଲେ । ମିଳିଥିବା ସୂଚନା ଅନୁଯାୟୀ, ଜି-୨୩ ଗ୍ରୁପର ବି କେତେଜଣ ନେତା କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ପ୍ରାର୍ଥିପତ ଦାଖଲ କରିପାରନ୍ତି । ଶୁକ୍ରବାର ଜି-୨୩ ଗ୍ରୁପର ଆଉ ଏକ ବୈଠକ ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri