Posted inଜାତୀୟ

ଅକ୍ଟୋବର ୧୭ରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ

ନୂଆଦିଲ୍ଲୀ,୨୯।୮ (ପି.ଟି.) : ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଆଗାମୀ ଅକ୍ଟୋବର ୧୭ରେ କରିବା ପାଇଁ ରବିବାର ଦଳ ପକ୍ଷରୁ ଘୋଷଣା କରାଯାଇଛି। ଦୁଇଦିନ ପରେ ଅର୍ଥାତ୍‌ ଅକ୍ଟୋବର ୧୯ରେ ଫଳାଫଳ ପ୍ରକାଶ ପାଇବ। ନିର୍ବାଚନ ଲାଗି ସେପ୍ଟେମ୍ବର ୨୨ରେ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବାବେଳେ ସେପ୍ଟେମ୍ବର ୨୪ରୁ ୩୦ ମଧ୍ୟରେ ନାମାଙ୍କନ ପତ୍ର ଦାଖଲ କରାଯିବ ବୋଲି ଦଳର କେନ୍ଦ୍ରୀୟ ନିର୍ବାଚନ କର୍ତ୍ତୃପକ୍ଷ ଅଧ୍ୟକ୍ଷ ମଧୁସୂଦନ ମିସ୍ତ୍ରୀ କହିଛନ୍ତି।

ରବିବାର ଅନୁଷ୍ଠିତ କଂଗ୍ରେସ କାର୍ଯ୍ୟକାରିଣୀ (ସିଡବ୍ଲ୍ୟୁସି)ର ଅନ୍‌ଲାଇନ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ଗତ ଶୁକ୍ରବାର ଦଳ ଛାଡ଼ିଥିଲେ। ଦଳରେ ବିଚାରବିମର୍ଶ ବ୍ୟବସ୍ଥା ସମ୍ପୂର୍ଣ୍ଣ ଧ୍ୱଂସ ପାଇଁ ସେ ତାଙ୍କ ଇସ୍ତଫାପତ୍ରରେ ରାହୁଲ ଗାନ୍ଧୀଙ୍କୁ ଦାୟୀ କରିଥିଲେ। ଶନିବାର ଆଜାଦଙ୍କ ଘରେ ଅସନ୍ତୁଷ୍ଟ ଜି-୨୩ ନେତାମାନେ ଏକାଠି ହୋଇଥିବାବେଳେ ରବିବାର ସିଡବ୍ଲ୍ୟୁସି ବୈଠକ ବସି ଦଳରେ ନୂଆ ଅଧ୍ୟକ୍ଷ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ୨୦୦୦ ନଭେମ୍ବର ପରେ କଂଗ୍ରେସରେ ଏହା ପ୍ରଥମ ଅଧ୍ୟକ୍ଷ ନିର୍ବାଚନ। ବଂଶବାଦ ରାଜନୀତି ଏବଂ ଗାନ୍ଧୀ ପରିବାର ନିୟନ୍ତ୍ରଣରେ ଦେଶର ସର୍ବପୁରାତନ ରହିବାକୁ ନେଇ ଭାଜପା ବାରମ୍ବାର ସମାଲୋଚନା କରିବା ସହ ଦଳୀୟ ଅସନ୍ତୋଷ ପରେ ସାଂଗଠନିକ ନିର୍ବାଚନ ପାଇଁ ସିଡବ୍ଲ୍ୟୁସି ନିଷ୍ପତ୍ତି ନେଇଛି। ରାହୁଲ ଗାନ୍ଧୀ ୨୦୧୭ରୁ ୨୦୧୯ ଦୁଇବର୍ଷ କଂଗ୍ରେସର ମଙ୍ଗ ସମ୍ଭାଳିଥିଲେ। ଏହାକୁ ବାଦ୍‌ ଦେଲେ ୧୯୯୮ରୁ ଏପର୍ଯ୍ୟନ୍ତ ସୋନିଆ ଗାନ୍ଧୀ ଦଳର ଅଧ୍ୟକ୍ଷ ରହିଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri