Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଶଶି ଥରୁରଙ୍କ ଘୋଷଣା ପତ୍ର

ନୂଆଦିଲ୍ଲୀ,୭ ।୧୦: କଂଗ୍ରେସ ନେତା ଶଶି ଥରୁର ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ଯୋରସୋରରେ ଅଭିଯାନ ଆରମ୍ଭ କରିଛନ୍ତି । କେରଳ, ତାମିଲନାଡୁ ସମେତ ଅନ୍ୟରାଜ୍ୟ ଗସ୍ତ କରି କର୍ମକର୍ତ୍ତାଙ୍କଠାରୁ ତାଙ୍କ ସମର୍ଥନ ମାଗି ସାରିଛନ୍ତି । ଅନ୍ୟପଟେ ଥରୁର ଅଧ୍ୟକ୍ଷ ପଦ ଦୌଡରୁ ବାହାରି ଯାଇ ପାରନ୍ତି ବୋଲି ବି ଶୁଣିବାକୁ ମିଳୁଛି । ଇତିମଧ୍ୟରେ ସେ ନିର୍ବାଚନ ଘୋଷଣାପତ୍ର ଜାରି କରିଛନ୍ତି । ଯେଉଁଥିରେ ସେ ଯୁବବର୍ଗ, ମହିଳା ଓ ଦଳର କର୍ମୀଙ୍କୁ ସଶକ୍ତ କରିବାକୁ ଧ୍ୟାନଦେବେ ବୋଲି କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି କଂଗ୍ରେସ ୨୦୨୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାରତୀୟ ଜନତା ପାର୍ଟିି(ଭାଜପା) ସହ ଲଢିବାକୁ ରାଜନୈତିକ ସ୍ତରରେ ସଶକ୍ତ କରିବ । ଏହାସହ ସେ କହିଛନ୍ତି ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେଙ୍କୁ ସେ ସମ୍ମାନ କରନ୍ତି । ଏହି ମୁକାବିଲା କେବଳ ଭାଜପାକୁ ସାମ୍ନା କରିବାକୁ ।
ଥରୁର କହିଛନ୍ତି ଆମେ ଦଳର କାର୍ଯ୍ୟରେ ସୁଧାର ଆଣିବା ଜରୁରୀ । ଆମକୁ ଯୁବବର୍ଗଙ୍କୁ ଦଳରେ ସାମିଲ କରି ସେମାନଙ୍କୁ ପ୍ରକୃତ ଅଧିକାର ଦେବା ଆବଶ୍ୟକ । ଏହାସହ ଯେଉଁକର୍ମୀ ପରିଶ୍ରମି ଓ ଲମ୍ବା ସମୟ ପର୍ଯ୍ୟନ୍ତ କାର୍ଯ୍ୟକରିବେ ସେମାନଙ୍କୁ ଅଧିକ ସମ୍ମାନ ଦେବା ଦରକାର । ପୁଣି ବୁଥ ସ୍ତରରେ ପାର୍ଟି କାର୍ଯ୍ୟକରିବା ସହ ମହାସଚିବଙ୍କୁ ଠିକ ଭାବେ ଉପଯୋଗ କରିବା ଦରକାର । ଥରୁରଙ୍କ ଘୋଷଣା ପତ୍ରରେ ୧୦ଟି ପଏଣ୍ଟ ଉପରେ ଧ୍ୟାନ ଦିଆଯାଇଛି । ଏହା ପୂର୍ବରୁ ଘୋଷଣାପତ୍ରରେ ଥିବା ଭାରତର ମାନଚିତ୍ରକୁ ନେଇ ବିବାଦ ଉପୁଜିବା ପରେ ଥରୁର ଏହାବୁ ବଦଳାଇ ଦ୍ୱିତୀୟ ମାନଚିତ୍ର ଲଗାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri