Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ନାହିଁ ଗେହଲଟ, ସୋନିଆଙ୍କୁ ମାଗିଲେ କ୍ଷମା

ନୂଆଦିଲ୍ଲୀ,୨୯।୯: ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ ବୋଲି ଗୁରୁବାର ସ୍ପଷ୍ଟ କରିଛନ୍ତି। ନୂଆଦିଲ୍ଲୀରେ କଂଗ୍ରେସ ମୁଖ୍ୟ ସୋନିଆ ଗାନ୍ଧୀଙ୍କୁ ଭେଟିବା ପରେ ସେ ଏହି ମନ୍ତବ୍ୟ ଦେଇଛନ୍ତି।
ଗେହଲଟ କହିଛନ୍ତି,ଗତ ଦିନର ଘଟଣା ଆମ ସମସ୍ତଙ୍କୁ ଥରାଇ ଦେଇଥିଲା। ଏହି ବାର୍ତ୍ତା ସମଗ୍ର ଦେଶକୁ ଯାଇଛି ଯେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଜାରି ରଖିବାକୁ ଚାହୁଁଛି। ମୁଁ ସୋନିଆ ଗାନ୍ଧୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛି।  ଗତ ୫୦ ବର୍ଷ ଧରି କଂଗ୍ରେସ ପାଇଁ ବିଶ୍ୱସ୍ତ ଭାବରେ କାର୍ଯ୍ୟ କଲି, ସୋନିଆ ଗାନ୍ଧୀଙ୍କ ଆଶୀର୍ବାଦରେ ମୁଁ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲି।
ଆଗକୁ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବେ କି ପ୍ରସଙ୍ଗରେ ଗେହଲଟ କହିଛନ୍ତି, ଏହି ନିଷ୍ପତ୍ତି  କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ନେବେ। ଏବେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଶଶି ଥରୁର ଏବଂ ଦିଗ୍‌ବିଜୟ ସିଂଙ୍କ ମଧ୍ୟରେ ମଧ୍ୟରେ ପ୍ରତିଯୋଗିତା ହେବ।
ସୂଚନାଯୋଗ୍ୟ, ଗାନ୍ଧୀ ପରିବାରର ସମର୍ଥନରେ ଅଶୋକ ଗେହଲଟ ଅଧ୍ୟକ୍ଷ ନିର୍ବାଚନ ଲଢି ଜିତିବେ ବୋଲି ଆଶା କରାଯାଉଥିଲା। କିନ୍ତୁ ଗେହଲଟ କ୍ୟାମ୍ପ୍‌ର ୮୨ ଜଣ ବିଧାୟକ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ବିରୋଧରେ ଇସ୍ତଫା ଦେଇଥିଲେ। ସେବେଠାରୁ ସବୁ ଓଲଟପାଲଟ ହୋଇଥିଲା। ଗେହଲଟଙ୍କଠାରୁ ଏପରି ଆଶା କରାଯାଉ ନ ଥିଲା ବୋଲି ଖୋଦ ସୋନିଆ ଗାନ୍ଧୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri