Posted inଜାତୀୟ

ଭାରତ ଯୋଡ଼ୋ ଯାତ୍ରାରେ ଖାର୍ଗେ

ହାଇଦ୍ରାବାଦ,୨ା୧୧: କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ପ୍ରଥମ ଥର ପାଇଁ ଦଳର ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହୋଇଛନ୍ତି। ଅପରାହ୍ନରେ ସେ ହାଇଦ୍ରାବାଦରେ ପହଞ୍ଚତ୍ ନେକ୍‌ଲେସ୍‌ ରୋଡ୍‌ସ୍ଥିତ ଇଣ୍ଡିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଅନୁଷ୍ଠିତ ସଭାରେ ଉଦ୍‌ବୋଧନ ଦେଇଥିଲେ। ଚାର୍‌ମିନାରଠାରେ ରାହୁଲ ଗାନ୍ଧୀ ଦଳର ଅନ୍ୟ ନେତା ଏବଂ ସମର୍ଥକମାନଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ ଓ ତାଙ୍କ ବାପା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଫଟୋରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସୂଚନାଯୋଗ୍ୟ, ୩୨ ବର୍ଷ ପୂର୍ବରୁ ଅର୍ଥାତ୍‌ ୧୯୯୦ ଅକ୍ଟୋବର ୧୯ରେ ତତ୍କାଳୀନ କଂଗ୍ରେସ ଅଧ୍ୟକ୍ଷ ରାଜୀବ ଗାନ୍ଧୀ ଚାର୍‌ମିନାରୁ ତାଙ୍କର ସଦ୍‌ଭାବନା ଯାତ୍ରା ଆରମ୍ଭ କରିଥିଲେ। ମଙ୍ଗଳବାର ଭାରତ ଯୋଡ଼ୋ ଯାତ୍ରାରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ, ଦିଗ୍‌ବିଜୟ ସିଂ ତେଲଙ୍ଗାନା ପ୍ରଦେଶ କଂଗ୍ରେସ ସଭାପତି ରେଭନ୍ଥ ରେଡ୍ଡୀ ପ୍ରମୁଖ ଯୋଗ ଦେଇଥିଲେ। ସେଠାରୁ ସେମାନେ ପଦଯାତ୍ରାରେ ଆସି ଅପରାହ୍ନରେ ନେକଲେସ୍‌ ରୋଡ୍‌ରେ ପହଞ୍ଚତ୍ଥିଲେ। ଏହାର କିଛି ସମୟ ପରେ ଖାର୍ଗେ ସେଠାରେ ପହଞ୍ଚତ୍ ସେମାନଙ୍କ ସହ ସାମିଲ ହୋଇଥିଲେ।
ଅଧ୍ୟକ୍ଷ ନିର୍ବାଚିତ ହେବା ପୂର୍ବରୁ ଖାର୍ଗେ ଗତମାସ ୧୬ ତାରିଖରେ କର୍ନାଟକର ବେଲାରୀରେ ରାହୁଲ ଗାନ୍ଧୀଙ୍କ ସହ ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହୋଇ ସାଧାରଣ ସଭାରେ ଉଦ୍‌ବୋଧନ ଦେଇଥିଲେ। ୧୭ ତାରିଖରେ ଶଶୀ ଥରୁରଙ୍କୁ ପରାସ୍ତ କରି ଖାର୍ଗେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri