Posted inଜାତୀୟ

ଭାରତ ଯୋଡ଼ୋ ଯାତ୍ରାରେ ଖାର୍ଗେ

ହାଇଦ୍ରାବାଦ,୨ା୧୧: କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ପ୍ରଥମ ଥର ପାଇଁ ଦଳର ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହୋଇଛନ୍ତି। ଅପରାହ୍ନରେ ସେ ହାଇଦ୍ରାବାଦରେ ପହଞ୍ଚତ୍ ନେକ୍‌ଲେସ୍‌ ରୋଡ୍‌ସ୍ଥିତ ଇଣ୍ଡିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ଅନୁଷ୍ଠିତ ସଭାରେ ଉଦ୍‌ବୋଧନ ଦେଇଥିଲେ। ଚାର୍‌ମିନାରଠାରେ ରାହୁଲ ଗାନ୍ଧୀ ଦଳର ଅନ୍ୟ ନେତା ଏବଂ ସମର୍ଥକମାନଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ ଓ ତାଙ୍କ ବାପା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଫଟୋରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସୂଚନାଯୋଗ୍ୟ, ୩୨ ବର୍ଷ ପୂର୍ବରୁ ଅର୍ଥାତ୍‌ ୧୯୯୦ ଅକ୍ଟୋବର ୧୯ରେ ତତ୍କାଳୀନ କଂଗ୍ରେସ ଅଧ୍ୟକ୍ଷ ରାଜୀବ ଗାନ୍ଧୀ ଚାର୍‌ମିନାରୁ ତାଙ୍କର ସଦ୍‌ଭାବନା ଯାତ୍ରା ଆରମ୍ଭ କରିଥିଲେ। ମଙ୍ଗଳବାର ଭାରତ ଯୋଡ଼ୋ ଯାତ୍ରାରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ, ଦିଗ୍‌ବିଜୟ ସିଂ ତେଲଙ୍ଗାନା ପ୍ରଦେଶ କଂଗ୍ରେସ ସଭାପତି ରେଭନ୍ଥ ରେଡ୍ଡୀ ପ୍ରମୁଖ ଯୋଗ ଦେଇଥିଲେ। ସେଠାରୁ ସେମାନେ ପଦଯାତ୍ରାରେ ଆସି ଅପରାହ୍ନରେ ନେକଲେସ୍‌ ରୋଡ୍‌ରେ ପହଞ୍ଚତ୍ଥିଲେ। ଏହାର କିଛି ସମୟ ପରେ ଖାର୍ଗେ ସେଠାରେ ପହଞ୍ଚତ୍ ସେମାନଙ୍କ ସହ ସାମିଲ ହୋଇଥିଲେ।
ଅଧ୍ୟକ୍ଷ ନିର୍ବାଚିତ ହେବା ପୂର୍ବରୁ ଖାର୍ଗେ ଗତମାସ ୧୬ ତାରିଖରେ କର୍ନାଟକର ବେଲାରୀରେ ରାହୁଲ ଗାନ୍ଧୀଙ୍କ ସହ ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହୋଇ ସାଧାରଣ ସଭାରେ ଉଦ୍‌ବୋଧନ ଦେଇଥିଲେ। ୧୭ ତାରିଖରେ ଶଶୀ ଥରୁରଙ୍କୁ ପରାସ୍ତ କରି ଖାର୍ଗେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri