Posted inଜାତୀୟ

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର ଲୋକଙ୍କ ପ୍ରତି ସର୍ବୋଚ୍ଚ ସମ୍ମାନ ରଖିଛନ୍ତି ଏବଂ ରଖିବେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେଠାକାର ଲୋକଙ୍କ ଭାବନାକୁ ଆଘାତ ଦେବା ତାଙ୍କର କେବେବି ଉଦ୍ଦେଶ୍ୟ ନଥିଲା।

ରବିବାର କେରଳର ଇଡୁକ୍କି ଜିଲାରେ ଏକ ନିର୍ବାଚନୀ ରାଲିକୁ ସମ୍ବୋଧିତ କରିବା ସମୟରେ ଖାର୍ଗେ ମନ୍ତବ୍ୟ ଦେଇଥିଲେ ଯେ ରାଜ୍ୟର ଲୋକମାନେ ଶିକ୍ଷିତ ଏବଂ ବିଚକ୍ଷଣ । ଗୁଜରାଟର “ନିରକ୍ଷର” ଲୋକଙ୍କ ପରି  ସେମାନଙ୍କୁ ଭ୍ରମିତ କରାଯାଇପାରିବ ନାହିଁ । ଏହି ବୟାନ ପାଇଁ ଭାଜପା ତାଙ୍କୁ ଟାର୍ଗେଟ କରିଥିଲା।

ଭାଜପା ନେତା ଏବଂ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ ପ୍ରଶ୍ନ କରିଛନ୍ତି ଯେ ରାହୁଲ ଗାନ୍ଧୀ ଖାର୍ଗେଙ୍କ ଏହି ବକ୍ତବ୍ୟ ସହିତ ସହମତ କି? ଯଦି ରାହୁଲ ଗାନ୍ଧୀଙ୍କର ଟିକେ ବି ବୁଦ୍ଧି ଅଛି, ତେବେ ସେ ଏହି ମନ୍ତବ୍ୟରୁ ନିଜକୁ ଦୂରେଇ ରଖିବା ଉଚିତ, ଏହାକୁ ନିନ୍ଦା କରିବା ଉଚିତ ଏବଂ କ୍ଷମା ମାଗିବା ଉଚିତ।

ରବି ଶଙ୍କର ପ୍ରସାଦ ଉଲ୍ଲେଖ କରିଛନ୍ତି ଯେ ଆଜି ଖାର୍ଗେ ଯେଉଁ ପଦବୀରେ ଅଛନ୍ତି, ତାହା ପୂର୍ବରୁ ଜବାହରଲାଲ ନେହେରୁ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ଡକ୍ଟର ରାଜେନ୍ଦ୍ର ପ୍ରସାଦ, ମୌଲାନା ଆଜାଦ, ସୋନିଆ ଗାନ୍ଧୀ, ଇନ୍ଦିରା ଗାନ୍ଧୀ, ରାଜୀବ ଗାନ୍ଧୀ ଏବଂ ନିଜେ ରାହୁଲ ଗାନ୍ଧୀଙ୍କ ଭଳି ନେତାମାନେ ମଧ୍ୟ ଅଧିକାର କରିସାରିଛନ୍ତି। ଏତେ ଉଚ୍ଚ ପଦବୀରେ ଥିବା ଜଣେ ବ୍ୟକ୍ତି କି ପ୍ରକାରର ଭାଷା ପ୍ରୟୋଗ କରୁଛନ୍ତି? ଖାର୍ଗେଙ୍କ ମନ୍ତବ୍ୟ କେବଳ ଅପମାନଜନକ ନୁହେଁ ବରଂ ନିର୍ଲଜ୍ଜ ଏବଂ ସମ୍ପୂର୍ଣ୍ଣ ନିନ୍ଦନୀୟ ବୋଲି ସେ କହିଥିଲେ ।

ବିବାଦ ବୃଦ୍ଧି ପାଉଥିବାରୁ, ଖାର୍ଗେ ବୁଧବାର କ୍ଷମା ପ୍ରାର୍ଥନା କରିଥିଲେ। ସେ କହିଛନ୍ତି ଯେ କେରଳରେ ସେ ସମ୍ପ୍ରତି ଦେଇଥିବା ନିର୍ବାଚନୀ ଭାଷଣ ସମୟରେ ଦେଇଥିବା କିଛି ମନ୍ତବ୍ୟକୁ ଜାଣିଶୁଣି ଭୁଲ ଭାବରେ ଉପସ୍ଥାପନ କରାଯାଉଛି। ତଥାପି, ମୁଁ ଦାୟିତ୍ୱର ସହ ମୋର ଦୁଃଖ ପ୍ରକାଶ କରୁଛି। ମୁଁ ସବୁବେଳେ ଗୁଜରାଟର ଲୋକଙ୍କ ପ୍ରତି ସର୍ବୋଚ୍ଚ ସମ୍ମାନ ରଖିଆସିଛି ଏବଂ ସବୁବେଳେ ରଖିବି । ସେଠାକାର ଲୋକଙ୍କ ଭାବନାକୁ ଆଘାତ ଦେବା ମୋର ଉଦ୍ଦେଶ୍ୟ କେବେ ନଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri