Posted inଜାତୀୟ

କଂଗ୍ରେସରେ ଗାନ୍ଧୀ ପରିବାରରୁ କେହି ହେବେ ନାହିଁ ଅଧ୍ୟକ୍ଷ, ତିନି ବର୍ଷ ପୂର୍ବରୁ ସ୍ପଷ୍ଟ କରିଥିଲେ ରାହୁଲ

ନୂଆଦିଲ୍ଲୀ,୨୪ ।୯: କଂଗ୍ରେସକୁ ଆଉ ଅଳ୍ପଦିନ ମଧ୍ୟରେ ନୂଆ ଅଧ୍ୟକ୍ଷ ମିଳିଯିବ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଥର ଅଧ୍ୟକ୍ଷ ପଦ ଗାନ୍ଧୀ ପରିବାରରୁ ନୁହେଁ ବରଂ ବାହାରର କେହି ଜଣେ ନେତା କଂଗ୍ରେସର ଅଧ୍ୟକ୍ଷ ହେବାକୁ ଯାଉଛନ୍ତି । ଏହି ରେସ୍‌ରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ନାମ ସବୁଠାରୁ ଆଗରେ ଥିବା ବେଳେ କେତେଜଣ ନେତା କିନ୍ତୁ ରାହୁଲ ପୁଣିଥରେ ଅଧ୍ୟକ୍ଷ ହୁଅନ୍ତୁ ବୋଲି ଚାହୁଁଛନ୍ତି । କିନ୍ତୁ ଗେହଲୋଟ କହିଛନ୍ତି ପୂର୍ବରୁ ରାହୁଲ ଗାନ୍ଧୀ ସ୍ପଷ୍ଟ କରିଛନ୍ତି ଯେ ସେ ଏଥର ଅଧ୍ୟକ୍ଷ ପଦ ସମ୍ଭାଳିବେ ନାହିଁ କି ନିର୍ବାଚନରେ ଭାଗ ନେବେ ନାହିଁ । ତେବେ ୨୦୧୯ ଲୋକ ସଭା ନିର୍ବାଚନରେ ହାରିବା ପରେ ରାହୁଲ ସଙ୍କେତ ଦେଇଥିଲେ କି ଆଗକୁ ଗାନ୍ଧୀ ପରିବାରର କୌଣସି ସଦସ୍ୟ କଂଗ୍ରେସର ଅଧ୍ୟକ୍ଷ ହେବେ ନାହିଁ ।
ସୂଚନାଯୋଗ୍ୟ, ୨୦୧୯ରେ ହୋଇଥିବା ଲୋକସଭା ନିର୍ବାଚନରେ କଂଗ୍ରେସକୁ ବଡ ପରାଜୟର ସାମ୍ନା କରିବାକୁ ପଡିଥିଲା । ସେତେବେଳେ ଅଧ୍ୟକ୍ଷ ପଦରେ ଥିବା ରାହୁଲ ଗାନ୍ଧୀ ପରାଜୟ ପାଇଁ ନିଜକୁ ଦାୟୀ କରି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ । ଇସ୍ତଫା ଦେବା ବେଳେ ସେ କହିଥିଲେ କି କଂଗ୍ରେସର ପରବର୍ତ୍ତି ଅଧ୍ୟକ୍ଷ ଗାନ୍ଧୀ ପରିବାର ବାହାରୁ ହେବେ । ଏବେ ଭାରତ ଯୋଡୋ ଯାତ୍ରାରେ ଥିବା ରାହୁଲ କହିଛନ୍ତି ମୁଁ ମୋ ପୁରୁଣା କଥାକୁ ରଖିବାକୁ ଚାହୁଁଛି । ଅର୍ଥାତ୍ ଏଥର କଂଗ୍ରେସ ଅଧ୍ୟକ୍ଷ ପଦରେ ଗାନ୍ଧୀ ପରିବାରର କୌଣସି ସଦସ୍ୟ ରହିବେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri