Posted inଜାତୀୟ

୨୪ ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ ହେବେ କଂଗ୍ରେସର ଅଧ୍ୟକ୍ଷ, ନିର୍ବାଚନ ଅଧିସୂଚନା ଆଜି

ନୂଆଦିଲ୍ଲୀ,୨୨ ।୯: ବଂଶବାଦକୁ ନେଇ ସବୁବେଳେ ଟାର୍ଗେଟରେ ରହୁଥିବା କଂଗ୍ରେସରେ ୨୪ ବର୍ଷ ପରେ ପୁଣିଥରେ ଗାନ୍ଧୀ ପରିବାର ବାହାରୁ କେହି ଅଧ୍ୟକ୍ଷ ହୋଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ଦଳ ସ୍ପଷ୍ଟ କରିଛି କି ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦ ନିର୍ବାଚନ ଲଢିବେ ନାହିଁ । କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ହେବାୁ ଯାଉଥିବା ମତଦାନ ପ୍ରକ୍ରିୟା ୨୨ ସେପ୍ଟେମ୍ବରରେ ଅଧିସୂଚନା ଜାରି କରାଯାଇ କରାଯିବ । ଏଥିପାଇଁ ନାମାଙ୍କନ ୨୪ରୁ ୩୦ ସେପ୍ଟେମ୍ବର ମଧ୍ୟରେ କରାଯିବ । ଅକ୍ଟୋବର ୭ରେ ନିର୍ବାଚନ ହେବ ଓ ଏହାର ଦୁଇ ଦିନ ପରେ ଫଳାଫଳ ଆସିବ ।
କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ରେସର ସବୁଠୁ ଆଗରେ ଥିବା ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ବୁଧବାର ଦିଲ୍ଲୀରେ ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି । ପ୍ରାୟ ୨ ଘଣ୍ଟାର ସାକ୍ଷାତ୍ ପରେ ଗେହଲଟ କହିଛନ୍ତି ଦଳକୁ ମଜଭୁତ କରିବାକୁ ଯେଉଁଠି ତାଙ୍କର ଆବଶ୍ୟକତା ପଡିବ ସେ ପଛକୁ ହଟିବେ ନାହିଁ । ଯଦି ଲୋକଙ୍କୁ ଲାଗୁଛି ମୁଁ ଅଧ୍ୟକ୍ଷ ପଦ ଓ ମୁଖ୍ୟମନ୍ତ୍ରୀ ପଦରେ ରହିବାର ଆବଶ୍ୟକତା ରହିଛି ତେବେ ମୁଁ ମନା କରିବି ନାହିଁ ।
କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଆରମ୍ଭ ହେବାର ଠିକ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ୨୩ ସେପ୍ଟେମ୍ବରରେ ଭାରତ ଯୋଡୋ ଯାତ୍ରାର ବିଶ୍ରାମ ଦିନ ରାହୁଲ ସୋନିଆ ଗାନ୍ଧୀଙ୍କୁ ଭେଟିବାକୁ ଦିଲ୍ଲୀ ଆସିବେ । ଏଥିରେ ତାଙ୍କ କାର୍ଯ୍ୟକ୍ରମରେ ନାମାଙ୍କନ ସାମିଲ ନାହିଁ । ଦଳର ମହାସଚିବ ଜୟରାମ ରମେଶ କହିଛନ୍ତି, ରାହୁଲ ନାମାଙ୍କନ ସମୟରେ ୨୪ରୁ ୩୦ ପଯ୍ୟନ୍ତ ଯାତ୍ରାରେ ରହିବେ । ଏପଟେ ଦିଲ୍ଲୀରେ ବରିଷ୍ଠ ନେତାଙ୍କ ସହ ସାକ୍ଷାତ୍ ପରେ ଗେହଲଟ ଅଧ୍ୟକ୍ଷ ହେବା ଏକ ପ୍ରକାର ନିଶ୍ଚିତ ହୋଇଛି ।
ଏପଟେ ଗେହଲଟ ଏବେବି କହୁଛନ୍ତି କୋଚିରେ ରାହୁଲଙ୍କ ସହ କଥାକାର୍ତ୍ତା ସମୟରେ ସେ ରାହୁଲଙ୍କୁ ପୁଣିଥରେ ଅଧ୍ୟକ୍ଷ ହେବା ପାଇଁ ଶେଷ ଚେଷ୍ଟା କରିବେ । ଅନ୍ୟପଟେ ଶଶି ଥରୁର କେନ୍ଦ୍ରୀୟ ନିର୍ବାଚନ ପ୍ରାଧିକାରଣର ଅଧ୍ୟକ୍ଷ ମଧୁସୂଦନ ମିସ୍ତ୍ରୀଙ୍କ ସହ ସାକ୍ଷାତ୍ କରି ନାମାଙ୍କନ ଓ ରାଜ୍ୟର ପ୍ରତିନିଧିଙ୍କଠାରୁ ସମ୍ଭାବିତ ତଥ୍ୟ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri