Posted inଜାତୀୟ

ନୂଆ ଅଧ୍ୟକ୍ଷ ବାଛୁ କଂଗ୍ରେସ: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୩।୮: ଦେଶର ସବୁଠାରୁ ପୁରୁଣା ରାଜନୈତିକ ଦଳ କଂଗ୍ରେସରେ ଏବେ ପୁଣି ଅଧ୍ୟକ୍ଷ ପଦକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଦଳର ୨୩ରୁ ଅଧିକ ବଡ଼ ନେତା ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ସଙ୍ଗଠନରେ ବଡ଼ଧରଣର ପରିବର୍ତ୍ତନ ପ୍ରସ୍ତାବ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ୫ ପୂର୍ବତନ ମୁଖ୍ୟମନ୍ତ୍ରୀ, କିଛି ପୂର୍ବତନ କେନ୍ଦ୍ରମନ୍ତ୍ରୀ, ସାଂସଦ ଓ କାର୍ଯ୍ୟକାରୀ କମିଟିର କିଛି ବଡ଼ ନେତା। କଂଗ୍ରେସରୁ ସଙ୍କଟରୁ ଉଦ୍ଧାର ପାଇଁ ଏହା ଏକ ଅନିବାର୍ଯ୍ୟ ଆବଶ୍ୟକତା ବୋଲି ସେମାନେ ଚିଠିରେ ଉଲ୍ଲେଖ କରିଛନ୍ତି। ଏହି ପରିସ୍ଥିତିରେ ସୋନିଆ ଗାନ୍ଧୀ ନୂଆ ଅଧ୍ୟକ୍ଷ ବାଛିବା ପାଇଁ ଦଳକୁ ନିବେଦନ କରିଛନ୍ତି। ଏଥିରୁ ସ୍ପଷ୍ଟ ହୋଇଛି ଯେ, ସେ ଆଉ ଏହି ପଦରେ ରହବିାକୁ ଚାହୁଁନାହାନ୍ତି। ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିବାଚନରେ ଦଳର ଶୋଚନୀୟ ପରାଜୟ ପରେ ତତ୍କାଳୀନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଇସ୍ତଫା ଦେଇଥିଲେ। ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ଦଳର ଅନ୍ତରୀଣ ସଭାପତି ନିଯୁକ୍ତ କରାଯାଇଥିଲା। ତେବେ ସୋମବାର ଅନୁଷ୍ଠିତ ହେବାକୁ ଥିବା କଂଗ୍ରେସ କାର୍ଯ୍ୟକାରିଣୀ ବୈଠକରେ ଚୂଡାନ୍ତ ନିଷ୍ପତି ନିଆଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri