Posted inଜାତୀୟ

ରାଜସ୍ଥାନ ରାଜନୀତିରେ ଅଡିଓ କଳି, କେନ୍ଦ୍ରମନ୍ତ୍ରୀଙ୍କୁ ଗିରଫ ଦାବିି

ନୂଆଦିଲ୍ଲୀ,୧୭।୭: ରାଜସ୍ଥାନରେ ରାଜନୈତିକ ସଂଙ୍କଟ ଜାରି ରହିଛି। ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା କଳି ଏବେ ଚରମ ସୀମାରେ ପହଞ୍ଚି ଯାଇଛି। ସଚିନ ପାଇଲଟଙ୍କୁ ଦଳର ରାଜସ୍ଥାନ ମୁଖ୍ୟ ଓ ଉପ ମୁଖ୍ୟମନ୍ତ୍ରୀ ପଦରୁ ବିଦା କରିବା ପରେ ସ୍ଥିତି ଆହୁରି ବିଗିଡିବାରେ ଲାଗିଛି। ଶୁକ୍ରବାର ଅଶୋକ ଗେହଲଟଙ୍କ ଗୋଷ୍ଠୀ ଏକ ଅଡିଓ କ୍ଲିପ ଜାରି କରିଛି। ଯେଉଁଥିରେ କଂଗ୍ରେସ ବିଧାୟକଙ୍କୁ କିଣା ବିକା ନେଇ କଥାବର୍ତ୍ତା ହେଉଥିବା କଂଗ୍ରେସ ଦାବି କରିଛି। ମୋଟ ତିନୋଟି ଅଡିଓ କ୍ଲିପ ଗେହଲଟ କ୍ୟାମ୍ପ ପ୍ରେସ କନଫରେନସ କରି ଜାରି କରିଛି।କଂଗ୍ରେସ ମୁଖପାତ୍ର ରଣଦୀପ ସୁରଜେୱାଲା କହିଛନ୍ତି ଯେ ରାଜସ୍ଥାନରେ ବିଜେପି ସରକାର ଗଢ଼ିବା ପାଇଁ ଘୋଡ଼ାବେପାର କରୁଛି। ଏହି ଷଡ଼ଯନ୍ତ୍ରରେ କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖୱାତ ସମ୍ପୃକ୍ତ ବୋଲି ସୁରଜେୱାଲା ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ସଚିନ ପାଇଲଟ ଏବଂ ଅନ୍ୟ ୧୮ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ନାମରେ ରାଜସ୍ଥାନ ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ଏହି ଆବେଦନ ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟାଏ ୩୦ରେ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri