ବିଧାନସଭା ଘେରିବ କଂଗ୍ରେସ, ମୋହନ ସରକାରଙ୍କ ବଢିଲା ଟେନଶନ

ଭୁବନେଶ୍ୱର,୧୨।୩: କଂଗ୍ରେସ ନେତା ତାରା ବାହିନୀପତିଙ୍କ ସସପେଣ୍ଡ ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏ ପ୍ରସଙ୍ଗରେ ବଡ଼ ବୈଠକ କରିଛି ବଂଗ୍ରେସ। ଯେଉଁଥିରେ ଦଳର ବହୁ ବଡ଼ ବଡ଼ ନେତା ଯୋଗ ଦେଇଥିଲେ। ତେବେ ବୈଠକ ପରେ ଦଳ ନେଇଛି ବନ ନିଷ୍ପତ୍ତି। ଯାହାକୁ ନେଇ ଏବେ ଟେନଶନରେ ଭାଜପା।

ଆସନ୍ତା ୨୭ରେ ବିଧାନସଭା ଘେରିବାକୁ ଯଉଛି କଂଗ୍ରେସ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି, ତାରା ବାହିନୀପତିଙ୍କୁ ନିଲମ୍ବନର ପ୍ରତିବାଦ କରିବ ଦଳ। ବାଚସ୍ପତିଙ୍କ ଗୃହ ପରିଚାଳନାକୁ କଂଗ୍ରେସ ନିନ୍ଦା କରୁଛି। କଂଗ୍ରେସ ଭବନ ବୈଠକରେ ଏନେଇ ନିନ୍ଦା ପ୍ରସ୍ତାବ ଆସିଛି ବୋଲି ସେ କହିଛନ୍ତି।

ବିଧାନସଭାରୁ ୭ଦିନ ପାଇଁ ନିଲମ୍ବନ ହୋଇଛନ୍ତି କଂଗ୍ରେସ ନେତା ତାରା ବାହିନୀପତି। ଏହାକୁ ନେଇ ପ୍ରତିବାଦକୁ ଓହ୍ଲାଇଛି କଂଗ୍ରେସ ଆଉ ବିଜେଡି। ଜୋରଦାର ବିରୋଧ କରିବା ସହ ବିଧାନସଭାକୁ ମଧ୍ୟ ବୟକଟ କରିଛି କଂଗ୍ରେସ।ଏହାକୁ ନେଇ ସୁର ରାଉତରାୟ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି।

ସେ କହିଛନ୍ତି, ମୋ ସହ ଏଭଳି କରିଥିଲେ ମୁଁ ଜୟନାରାୟଣଙ୍କ ଆଗ ଦାନ୍ତ ଭାଙ୍ଗି ପକେଟରେ ପୁରାଇ ଦେଇଥାନ୍ତି। ଗୃହରେ ଜୟନାରାୟଣ ତାରାଙ୍କୁ ଠେଲିଦେଲେ ହେଲେ ତାରାଙ୍କୁ ସସପେଣ୍ଡ କରାଗଲା। ଏହା ଘୋର ଅନ୍ୟାୟ। ବାଚସ୍ପତି ଯେଉଁ ନିଷ୍ପତ୍ତି ନେଇଛନ୍ତି ତାକୁ ନିନ୍ଦା କରୁଛି ବୋଲି ସୁର କହିଛନ୍ତି।

ବରିଷ୍ଠ ନେତା ତଥା କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ସମର୍ଥନରେ ବାହାରିଛି ବିଜେଡି। ତାରାଙ୍କ ନିଲମ୍ବନକୁ ଘୋର ବିରୋଧ କରିଛି ବିଜେଡି। ନିଲମ୍ବନ ପ୍ରତ୍ୟାହାର ପାଇଁ ବିଜେଡି ବିଧାୟକ ବାଚସ୍ପତିଙ୍କୁ ଭେଟିଛନ୍ତି। ଅନ୍ୟପକ୍ଷରେ ବିଜେଡି କଂଗ୍ରେସ ସପକ୍ଷରେ ବାହାରିବା ଦେଖି ଶାସକ ଦଳ ନଇଁଛି। କଂଗ୍ରେସକୁ ବୁଝାଶୁଝା କରିଛି ଶାସକ ଦଳ। ଗୃହ ପରିତ୍ୟାଗ କରିଥିବା କଂଗ୍ରେସ ସଦସ୍ୟଙ୍କୁ ଗୃହକୁ ଫେରାଇ ଆଣିବା ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ବୁଝାଇଥିବାବେଳେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ବୁଝାଶୁଝା କରିଛନ୍ତି।

ଗୃହରେ ଦୁଇ ବିଧାୟକ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ମଙ୍ଗଳବାର ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ହାତାହାତି ହୋଇଥିଲେ। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ସସ୍ପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଧାନସଭାରେ କାଲି ବାଚସ୍ପତିଙ୍କ ପୋଡ଼ିୟମ ମାଇକ ଭାଙ୍ଗିଥିଲେ ତାରା। ଗୃହରେ ହଙ୍ଗାମା କରିଥିଲେ। ଏନେଇ ତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

କଂଗ୍ରେସର ବରିଷ୍ଠ ବିଧାୟକ ତାରା ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଥିଲେ। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି। ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ ତା’ପରେ ଉତ୍ତରାଞ୍ଚଳ ଏହି ପରି ଭାବେ ଓଡ଼ିଶାକୁ ଭାଗ ଭାଗ କରିଦେବା କି ବୋଲି ତାରା ଜୟନାରାୟଣଙ୍କୁ ପ୍ରଶ୍ନ କରିଥିଲେ। ଜୟ ଦାଦା ଟିକେ ଅସନ୍ତୁଷ୍ଟ ଅଛନ୍ତି, ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରି ଦିଅନ୍ତୁ ସେ ଆଉ ଏପରି ମନ୍ତବ୍ୟ ଦେବେ ନାହିଁ। ତାଙ୍କ ଦଳରେ ପାଣ୍ଡିଆନ କଥା ପ୍ରଥମେ ଉଠାଇଥିବା ଲୋକ ଯିଏ କି ତାଙ୍କୁ ଆଜି ଦଳ ଅଣଦେଖା କରୁଛି ବୋଲି ତାରା ତାଙ୍କୁ ତାତ୍ସଲ୍ୟ କରି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ...

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ...

ଜଙ୍ଗଲରୁ ମଣିଷ କଙ୍କାଳ ଠାବ: ହତ୍ୟା ପରେ ପୋଡି ଦିଆଯାଇଥିବା ସନ୍ଦେହ

ସୋରଡ଼ା,୨୨ା୩ (ରଜନୀ ମହାପାତ୍ର ): ଗଞ୍ଜାମ ଜିଲା ସୋରଡ଼ା ଗାଜଲବାଡ଼ି ଜଙ୍ଗଲରୁ ଶନିବାର ମଣିଷ କଙ୍କାଳ ଓ ହାଡ଼ ଠାବ ହୋଇଛି। ହତ୍ୟା ପରେ ମୃତଦେହ...

ଜାତୀୟ ରାଜପଥରେ ଓଲଟିଲା ବସ୍‌: ୮ ଆହତ

ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍‌...

ଆର୍ଥ ଆଓ୍ବାର: ଘଣ୍ଟାଏ ପାଇଁ ଚାରିଆଡ ଅନ୍ଧାର

ଭୁବନେଶ୍ୱର,୨୨ା୩: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ମାସ ଶେଷ ଶନିବାର ଆର୍ଥ ଆଓ୍ବାର ଭାବେ ପାଳନ କରାଯାଏ। ଏବର୍ଷର ବିଷୟବସ୍ତୁ ରହିଛି ‘ୟୁନାଇଟେଡ୍‌ ଫର୍‌...

ଆଇବିସି ପିଙ୍କ ପାୱାର -୨୦୨୫: ର଼୍ୟାମ୍ପରେ ଚାଲିଲେ ଦିବ୍ୟାଙ୍ଗ ଛାତ୍ରୀ

ବରଗଡ଼,୨୨।୩(ପ୍ରେମାନନ୍ଦ ଖମାରୀ) :ଇଣ୍ଡିଆନ ବିୟୁଟି କାଉନସିଲ(ଆଇବିସି), ବରଗଡ଼ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଫ୍ୟାଶନ ଶୋ, ରିଲସ, ନୃତ୍ୟ ଏବଂ ପାରମ୍ପରିକ...

ଓରିଏଣ୍ଟ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍‌: ଅଧିକାରୀ, କର୍ମଚାରୀଙ୍କୁ ପଚରାଉଚରା

ଝାରସୁଗୁଡ଼ା,୨୨।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶନିବାର ପଞ୍ଚମ ଦିନରେ ବ୍ରଜରାଜନଗର ଓରିଏଣ୍ଟ ଥାନାରେ ପହଞ୍ଚି ତଦନ୍ତ...

ଗଞ୍ଜାମରେ ଅଦିନିଆ ବର୍ଷା: ଖଣ୍ଡଦେଉଳୀ ପଞ୍ଚୁଦୋଳ ଯାତ୍ରା ପ୍ରଭାବିତ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ): ତିନିଦିନ ଧରି ଲଗାଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଯେଉଁ ପୂର୍ବାନୁମାନ କରିଥିଲା ତାହା ସତ ହୋଇଛି। ଶନିବାର ପୂର୍ବାହ୍ନରୁ ଗଞ୍ଜାମ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri