Posted inରାଜ୍ୟ

କଂଗ୍ରେସ ବିକ୍ଷୋଭ ଘଟଣା:୩ ମାମଲା ରୁଜୁ କଲା ପୋଲିସ

ଭୁବନେଶ୍ୱର,୨୮।୩(ସତ୍ୟଜିତ୍‌ ରାଉତ): ମହିଳାଙ୍କ ସୁରକ୍ଷା ଓ ନ୍ୟାୟ ଦାବି ପ୍ରସଙ୍ଗରେ କଂଗ୍ରେସ ପକ୍ଷରୁ ବିଧାନସଭା ପରିସରରେ ପ୍ରତିବାଦ, ବିଧାନସଭା ଘେରାଉ ଉଦ୍ୟମ ସହ ଗାନ୍ଧୀମାର୍ଗରେ ବିକ୍ଷୋଭ ପ୍ରଦର୍ଶନ ଘଟଣାରେ କମିଶନରେଟ୍‌ ପୋଲିସ ଶୁକ୍ରବାର ୩ ଆପରାଧିକ ମାମଲା ରୁଜୁ କରିଛି। କ୍ୟାପିଟାଲ ଥାନା ପକ୍ଷରୁ ଏସବୁ ମାମଲା ରୁଜୁ ହୋଇ ତଦନ୍ତ ଆରମ୍ଭ ହୋଇଛି। ବୁଧବାର ବିଧାନସଭାର ପୂର୍ବ ଗେଟ୍‌ ପରିସରରେ କଂଗ୍ରେସ କର୍ମୀମାନେ ହୋହାଲ୍ଲା କରିବା ସହ ଭିତରକୁ ପଶିବାକୁ ଉଦ୍ୟମ କରିବା ସହ ବିଶୃଙ୍ଖଳା ଆଚରଣ ପ୍ରଦର୍ଶନ କରିଥିଲେ। ଏହି ଘଟଣାରେ ବିଏନ୍‌ଏସ୍‌ ଦଫା ୧୮୯(୨), ୨୨୧, ୨୯୬, ୧୩୨, ୧୯୦ ଏବଂ ଓଡିଶା ଅର୍ବାନ୍‌ ପୋଲିସ୍‌ ଆକ୍ଟର ଦଫା ୯୬ରେ ମାମଲା (ନଂ.୧୨୮/୨୦୨୫) ରୁଜୁ ହୋଇଛି। ଅନ୍ୟ ଦୁଇଟି ଶୁକ୍ରବାର ବିକ୍ଷୋଭ ଘଟଣାରେ ରୁଜୁ ହୋଇଛି। ବିକ୍ଷୋଭ ସମୟରେ ଗାନ୍ଧୀମାର୍ଗ କଡ଼ରେ ପାର୍କିଂ ହୋଇଥିବା ପୋଲିସ ଗାଡ଼ିରେ ନିଆଁ ଲଗାଇବା ଘଟଣାରେ ବିଏନ୍‌ଏସ ଦଫା ୩୨୭ରେ ମାମଲା (ନଂ.୧୨୯/୨୦୨୫) ରୁଜୁ ହୋଇଥିବା ବେଳେ ବିକ୍ଷୋଭ ବେଳେ ଆଇନକୁ ହାତକୁ ନେଇ ପୋଲିସ ଉପରେ ଆକ୍ରମଣ ଆଦି ଘଟଣାରେ ବିଏନ୍‌ଏସ ଦଫା ୧୮୯(୨), ୧୯୧(୨), ୧୨୬(୨), ୧୩୨, ୧୨୧(୧), ୩୨୪(୪), ୨୯୬, ୩୫୧(୨), ୧୯୦ ଏବଂ ଓଡିଶା ଅର୍ବାନ୍‌ ପୋଲିସ୍‌ ଆକ୍ଟର ଦଫା ୯୬ରେ ମାମଲା (ନଂ.୧୩୦/୨୦୨୫) ରୁଜୁ ହୋଇଛି। ଏସବୁ ଘଟଣାରେ ପୋଲିସ ଅଧିକ ତଦନ୍ତ କରୁଛି। ଉଲ୍ଲେଖଯୋଗ୍ୟ, ବିକ୍ଷୋଭ ଘଟଣାରେ ସମ୍ପୃକ୍ତ ଅସାମାଜିକ କଂଗ୍ରେସ କର୍ମୀଙ୍କୁ ଜେଲରେ ପୁରାଇବାକୁ ବୋଲି ଡିଜିପି ଗଣମାଧ୍ୟମରେ କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି।…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ଓଡ଼ିଶାରେ SIR ପରେ ୨୦.୫୭ ଲକ୍ଷ ଭୋଟରଙ୍କ ନାଁ ବାଦ୍‌, ପ୍ରକାଶ ପାଇଲା ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?